ଜାତୀୟ ଟାଇକୁଣ୍ଡ ପ୍ରତିଯୋଗିତାରେ କମାଲ କଲେ ଜୟଶ୍ରୀ କେମିକାଲ ସ୍କୁଲର ଛାତ୍ରୀ

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ ): ମହାରାଷ୍ଟ୍ରର ଜଲଗାଁଓଠାରେ ଗତ ୧୬ରୁ ୧୮ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି ସିଆଇଏସଇସି ଜାତୀୟସ୍ତରୀୟ ଟାଇକୁଣ୍ଡ ପ୍ରତିଯୋଗିତା। ଜୟଶ୍ରୀ କେମିକାଲସ ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରତ୍ୟୁଷ କୁମାରୀ ତରାଇ ୧୭ ବର୍ଷରୁ କମ୍‌ ବାଳିକା ବିଭାଗ ୫୫ କିଗ୍ରାରେ ତୃତୀୟ ସ୍ଥାନ ଓ ସେହି ଅଷ୍ଟମ ଶ୍ରେଣୀର ଛାତ୍ରୀ ସୁଶ୍ରୀ ଏନ୍‌ ସରସ୍ବତୀ ରେଡ୍ଡୀ ୧୭ ବର୍ଷରୁ କମ ବାଳିକା ବିଭାଗର ୫୨କିଗ୍ରାରେ ତୃତୀୟ ସ୍ଥାନ ଅଧିକାର କରି ସ୍କୁଲ ତଥା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି । ଉକ୍ତ ଦୁଇ ଛାତ୍ରୀ ଅଗଷ୍ଟ ୨ ଓ ୩ ରିଖ କେନ୍ଦୁଝରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ସ୍ବଣ୍ଣର୍ର୍ ପଦକ ହାସଲ କରିଥିଲେ । ସେମାନେ ସ୍କୁଲର ଟାଇକୁଣ୍ଡ ଶିକ୍ଷକ ଅଭିମନ୍ୟୁ ରେଡ୍ଡୀଙ୍କଠାରୁ ପ୍ରଶିକ୍ଷଣ ନେଉଥିଲେ । ବିଦ୍ୟାଳୟର କ୍ରୀଡା ଶିକ୍ଷକ ସୁନୀଲ କୁମାର ଦାସଙ୍କ ପ୍ରେରଣା ଏହି ସଫଳତା ମିଳିଥିଲା । ଏହି ସଫଳତା ପାଇଁ ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ଜୟଲକ୍ଷ୍ମୀ ମହାନ୍ତି ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri