ଭାତ, ସୋୟାବିନ ତରକାରୀ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ

ସୋହେଲା,୩୦।୯(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଳକ ରେଙ୍ଗାଲି ପଞ୍ଚାୟତ ଅଧୀନ ବ୍ରାହ୍ମଣୀଡିହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଛନ୍ତି। ପିଲାଙ୍କୁ ବାନ୍ତି ସହ ପେଟ, ମୁଣ୍ଡ ବ୍ୟଥା ହେବାରୁ ଅଭିଭାବକଙ୍କୁ ଡାକି ପ୍ରଧାନ ଶିକ୍ଷକ ଗୋକୁଳାନନ୍ଦ ପଧାନ ଛାତ୍ରୀଛାତ୍ରଙ୍କୁ ସୋହେଲା ଡାକ୍ତରଖାନାକୁ ଆଣିଥିଲେ। ୪୦ଜଣ ଛାତ୍ରୀଛାତ୍ରଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଦୁଇଜଣ ଛାତ୍ରୀଙ୍କୁ ସାଲାଇନ ଦିଆଯାଇଛି।

ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ରୁଟିନ ମୁତାବକ ଭାତ ଏବଂ ସୋୟାବିନ ତରକାରୀ ଦିଆଯାଇଥିଲା। ଏହାକୁ ଖାଇବା ପରେ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିଥିଲେ। ଖବର ପାଇ ସୋହେଲା ବ୍ଲକ ଶିକ୍ଷା ଅଧିକରୀ ଅମୃତା ସାହୁ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୋଲାପ ମିଶ୍ର ଡାକ୍ତରଖାନାରେ ପହଞ୍ଚିଥିଲେ। ଏପରିକି ସୋହେଲା ବିଡିଓ ବିଶ୍ୱରଞ୍ଜନ କର ହସ୍ପିଟାଲରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ। ମଧ୍ୟାହ୍ନ ଭୋଜନକୁ ପ୍ରଥମେ ରୋଷେୟା, ଜଣେ ଶିକ୍ଷକ ଏବଂ ଖାଦ୍ୟ କମିଟି ସଦସ୍ୟ ଖାଇବା ପରେ ଛାତ୍ରୀଛାତ୍ରଙ୍କୁ ପରସିବା ନିୟମ ରହିଛି। ହେଲେ ନିୟମର ପାଳନ ହେଉ ନ ଥିବାରୁ ଏଭଳି ଘଟଣା ଘଟିଛି ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ସମସ୍ତ ଛାତ୍ରୀଛାତ୍ର ବିପଦମୁକ୍ତ ଥିବା ଡାକ୍ତର ସ୍ବସ୍ତିକ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri