ଗେଟ୍‌ ବନ୍ଦ କରି ବିଦ୍ୟାଳୟ ସାମ୍ନାରେ ଧାରଣାରେ ବସିଲେ ଛାତ୍ରୀଛାତ୍ରୀ-ଅଭିଭାବକ

ବାସୁଦେବପୁୀର,୬ା୯(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକର କୃଷ୍ଣପୁର ପଞ୍ଚାୟତର ବୋହୂମା ଘେରି ବିଦ୍ୟାଳୟର ସାମ୍ନାରେ ଶନିବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ୍‌ ଗେଟ୍‌ ବନ୍ଦ କରି ସ୍କୁଲ ଆଗରେ ଧାରଣାରେ ବସିଛନ୍ତି। ବିଦ୍ୟାଳୟରେ ବିପଦସଂକୁଳ ଗୃହକୁ ଭାଙ୍ଗି ନୂତନ ଗୃହ ନିର୍ମାଣ ଦାବିରେ ଗ୍ରାମବାସୀ, ଅଭିଭାବକ ଓ ଛାତ୍ରୀଛାତ୍ର ଏହି ଆନ୍ଦୋଳନ ମୁକ୍ତ ପଦେକ୍ଷପ ଗ୍ରହଣ କରିଛନ୍ତି। ଶନିବାର ସକାଳୁଆ ସ୍କୁଲ ହୋଇଥିବା ବେଳେ ସ୍କୁଲ ଆଗରେ ଏହି ଧାରଣା ଚାଲିଥିବା ବେଳେ କୌଣସି ଉଚ୍ଚ ବିଭାଗୀୟ ଅଧିକାରୀ ସେଠାରେ ପହଞ୍ଚି ନ ଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଛାତ୍ରୀଙ୍କ ସୁରକ୍ଷା ପ୍ରତି ଦୃଷ୍ଟି ଦେଇ ତୁରନ୍ତ ନୂତନ ସ୍କୁଲ ଗୃହ ନିର୍ମାଣ କିମ୍ବା ଛାତ୍ରୀଛାତ୍ରଙ୍କ ଅନ୍ୟତ୍ର ସୁରକ୍ଷିତ ସ୍ଥାନରେ ପାଠ ପଢ଼ାଇବାର ବ୍ୟବସ୍ଥା କରିବାକୁ ସ୍କୁଲ କମିଟି ସଭାପତି ଶଙ୍କର୍ଷଣ ଜାନା, ରଜ କୁମାର ନାୟକ, ଶଙ୍କର ବେରା, ପଞ୍ଚାନନ ଦାସ, ମଞ୍ଜୁଲତା ପରିଡ଼ା, ପୂର୍ଣ୍ଣିମା ବେରା, ଲକ୍ଷ୍ମୀ ଦାସ, ଶିବାନୀ ଦାସ, ଜୟନ୍ତୀ ମଣ୍ଡଳ ପ୍ରମୁଖ ଦାବି କରିଛନ୍ତି।

ପ୍ରକାଶ ଯୋଗ୍ୟ, ଏହି ବିଦ୍ୟାଳୟରେ ଶୁକ୍ରବାର ସ୍କୁଲ ଛାତ ପାଷ୍ଟର ପଢ଼ି ୩ ଛାତ୍ରୀ ଆହତ ହୋଇଥିଲେ। ବିଦ୍ୟାଳୟ ପ୍ରଧାନଶିକ୍ଷକ ପ୍ରଶାନ୍ତ ମାଝୀ ବିଦ୍ୟାଳୟର ଦୂରା ବସ୍ତା ବାବଦରେ ବିଡିଓ, ବିଇଓ, ଜନଶୁଣାଣିରେ ଅଭିଯୋଗରେ ଅଭିଯୋଗ ନେଇ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିକୁ ଦେଇଥିଲେ ମଧ୍ୟ କୌଣସି ପଦେକ୍ଷପ ନିଆ ନ ଯିବା କ୍ଷୋଭ ଓ ଅସନ୍ତୋଷର କାରଣ ହୋଇଛି। ଭଦ୍ରକ ଜିଲାପାଳ ଦିଲୀପ ରାଉତରାୟ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri