ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଲେ ଛାତ୍ରୀଛାତ୍ର-ଗ୍ରାମବାସୀ, ବିଧାୟକ କହିଲେ ରୋଗୀଙ୍କ ଜୀବନ…

ଭଞ୍ଜନଗର,୨୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ସ୍ବାତୀର ୨୮ ତମ ପ୍ରତିଷ୍ଠା ଦିବସ ଅବସରରେ ସ୍ବାତୀ ଏବଂ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା, ଯୁବ ରେଡକ୍ରସ୍‌ ଓ ଏନ୍‌ସିସି ପକ୍ଷରୁ ମିଳିତ ଭାବେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ରକ୍ତଦାନ ଶିବିରକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଗ୍ରୀଷ୍ମ ଋତୁରେ ରକ୍ତଦାତା ଅଭାବ ପଡୁଛି। ତେଣୁ ରୋଗୀମାନେ ରକ୍ତ ପ୍ୟାକେଟ ଟିଏ ସଂଗ୍ରହ କରିବା ସମୟରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହିଭଳି ସମୟରେ ଉକ୍ତ ଦୁଇ ଅନୁଷ୍ଠାନ ରକ୍ତଦାନ ଶିବିର ଆୟୋଜନ କରି ରୋଗୀଙ୍କ ଜୀବନ ରକ୍ଷାରେ ସହାୟକ ହୋଇଥିବା ଯୋଗୁ ବିଧାୟକ ସେମାନଙ୍କୁ ଧନ୍ୟବାଦ ଜଣାଇବା ସହ ପ୍ରଶଂସା କରିଥିଲେ। ନବାଗତ ରକ୍ତଦାତା ତଥା କଲେଜ ଛାତ୍ରୀଛାତ୍ର, ଉତ୍ତର ଘୁମୁସର ବନଖଣ୍ଡ ବନ ସୁରକ୍ଷା ସମିତି କର୍ମକର୍ତ୍ତାମାନେ ରକ୍ତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଯାହାକି ଗର୍ବର ବିଷୟ। ରକ୍ତର ଆଶ୍ୟକତା ବଢୁଥିବା ଯୋଗୁ ନୂଆ ରକ୍ତଦାତା ସୃଷ୍ଟି କରିବାର ମଧ୍ୟ ଆଶ୍ୟକତା ରହିଛି। ଏନେଇ ଅଧିକରୁ ଅଧିକ ସଚେତନ କାର୍ଯ୍ୟକ୍ରମ କରିବା ପାଇଁ ବିଧାୟକ ନାୟକ ଉପସ୍ଥିତ ଲୋକଙ୍କୁ ଆହ୍ବାନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, କଲେଜ ଅଧ୍ୟକ୍ଷ ଡ ଗଗନ ବିହାରୀ ପୁରୋହିତ, ଭଞ୍ଜନଗର ମେଡିକାଲ ଅଧୀକ୍ଷକ ଡାକ୍ତର ଗୋବିନ୍ଦ ଚନ୍ଦ୍ର ମହାପାତ୍ର, କୃଷି ବିଜ୍ଞାନ କେନ୍ଦ୍ର ମୁଖ୍ୟ ବୈଜ୍ଞାନିକ ଡ. ସୁତନୁ କୁମାର ସତପଥୀ,
ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ବି ଗୋବିନ୍ଦ ରାଓ, ପ୍ରଧ୍ୟାପକ ପ୍ରଶାନ୍ତ କୁମାର ରଥ, ଅଧ୍ୟାପକ ରଜତ କୁମାର ମିଶ୍ର, ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ, ସାମାଜିକ କର୍ମୀ ଶୁଳପାଣି ଶତପଥୀ, ସ୍ବାତୀ ସମ୍ପାଦକ ଇଂ ହରିଶଙ୍କର ରାଉତ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଜାତୀୟ ସେବା ଯୋଜନା ଅଧିକାରୀ ବାବୁଲା ପ୍ରଧାନ, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ଏନ୍‌ସିସି ଆର୍ମି ଓ୍ବିଙ୍ଗ ସିଟି ଓ ଅର୍ପଣ ପ୍ରଧାନ, ନାଭାଲ ସି୍‌ଟି ଓ ବିଭୂତି ଗୌଡ଼, ସ୍ବାତୀ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ। ଭଞ୍ଜନଗର ବ୍ଲଡ୍‌ ବ୍ୟାଙ୍କ କର୍ମଚାରୀ ୩୦ ପ୍ୟାକେଟ୍‌ ରକ୍ତ ସଂଗୃହୀତ କରିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri