ତ୍ରୁଟିପୂର୍ଣ୍ଣ ମାର୍କିଂକୁ ନେଇ ପୁଣି ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୦ା୧୨: ବାରିପଦା ତକତପୁର ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱ ବିଦ୍ୟାଳୟରେ ତ୍ରୁଟିପୂର୍ଣ୍ଣ ମାର୍କିଂକୁ ନେଇ ପୁନର୍ବାର ଛାତ୍ର ଅଶାନ୍ତି ଦେଖାଦେଇଛି। ପ୍ରତିଶ୍ରୁତି ମୁତାବକ ସମାଧାନ କରାଯାଇ ନ ଥିବାରୁ ଛାତ୍ରୀଛାତ୍ରମାନେ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ପୂର୍ବକ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ସିଲାବସ ଅନୁଯାୟୀ ପ୍ରଶ୍ନପତ୍ର ପଡ଼ି ନ ଥିବାରୁ ଶତାଧିକ ବିଦ୍ୟାର୍ଥୀ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ବେଳେ ଗ୍ରେସ୍‌ ମାର୍କ ଦେଇ ଏହାର ସମାଧାନ କରିବାକୁ ଦାବି କରିଛନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ବ୍ୟାପକ କରାଯିବ ବୋଲି ଉତ୍ତ୍ୟକ୍ତ ଛାତ୍ରୀଛାତ୍ରମାନେ କଡ଼ା ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, +୩ ଦ୍ୱିତୀୟ ବର୍ଷର ତୃତୀୟ ସେମିଷ୍ଟାର ପରୀକ୍ଷାରେ ଜିଲାର ଅନେକ ମହାବିଦ୍ୟାଳୟର ୯୦ ପ୍ରତିଶତ ଛାତ୍ରୀଛାତ୍ର ଇଂରାଜୀ ବିଷୟରେ କୃତକାର୍ଯ୍ୟ ହୋଇପାରି ନାହାନ୍ତି। ଉକ୍ତ ପରୀକ୍ଷାରେ ସିଲାବସ ଅନୁଯାୟୀ ପ୍ରଶ୍ନପତ୍ର ପଡ଼ି ନ ଥିବା ବେଳେ ବାହାରୁ ପ୍ରଶ୍ନ ଆସିଥିଲା। ଯାହାକୁ ନେଇ ଛାତ୍ରୀଛାତ୍ରଙ୍କୁ ଅବଗତ କରାଯାଇ ନ ଥିବାରୁ ପରୀକ୍ଷାରେ ଫେଲ ହୋଇଥିଲେ। ଏ ନେଇ ଗତ ୧୨ତାରିଖରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ଗ୍ରେସ୍‌ ନମ୍ବର ଦେଇ ସମସ୍ତଙ୍କୁ ପାସ କରାଇବାକୁ ଛାତ୍ରୀଛାତ୍ରମାନେ ଭାରପ୍ରାପ୍ତ କୁଳପତିଙ୍କ ନିକଟରେ ଦାବି କରିଥିଲେ । ଏହାର ସମାଧାନ ଦିଗରେ ଯାଞ୍ଚ କରାଯାଇ ୭ଦିନ ମଧ୍ୟରେ ସମାଧାନ କରିବାକୁ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ। ତେବେ ସମୟ ଅବଧି ବିତି ଯାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରି ନ ଥିବାରୁ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରୀଛାତ୍ରମାନେ ମୁଖ୍ୟ ଫାଟକ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ତେବେ ଆଗକୁ ତ୍ରୁଟିପୂର୍ଣ୍ଣ ମାକିର୍ର୍ଂର ସମାଧାନ ନ ହେଲେ ଛାତ୍ରୀଛାତ୍ରମାନେ ଆନ୍ଦୋଳନାମତ୍କ ପନ୍ଥା ଆପଣାଇବେ ବୋଲି ଶୁଭମ ପାଣି, ଶଙ୍କର୍ଷଣ ପଣ୍ଡା, ଜ୍ୟୋତିର୍ମୟୀ ପାଣ୍ଡେ, ଡଲିରାଣୀ ଗିରି, ଦେବସ୍ମିତା ବେହେରା ପ୍ରମୁଖ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri