ସ୍କୁଲରେ ପାଠପଢା ପରିବର୍ତ୍ତେ ସଫେଇ କାର୍ଯ୍ୟରେ ନିୟୋଜିତ ହେଉଛନ୍ତି ଛାତ୍ରୀଛାତ୍ର, ଅଭିଭାବକ ମହଲରେ ଅସନ୍ତୋଷ

ନିରାକାରପୁର, ୨୪।୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଶିକ୍ଷାର ବିକାଶ ପାଇଁ କେନ୍ଦ୍ରଠାରୁ ରାଜ୍ୟ ସରକାର ପର୍ଯ୍ୟନ୍ତ ସମସ୍ତେ ଯୋଜନା ପରେ ଯୋଜନା ପ୍ରସ୍ତୁତ କରିଛନ୍ତି। ହେଲେ ତଳସ୍ତରରେ କିଛି ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ସରକାର ଅନେକ ସମୟରେ ବଦନାମ ହେବାକୁ ପଡୁଛି । ସରକାରଙ୍କ ନୀତିନିୟମ ଅନୁସାରେ ଛାତ୍ରୀଛାତ୍ରଙ୍କୁ ପାଠପଢା ବ୍ୟତୀତ ଅନ୍ୟାନ୍ୟ କାର୍ଯ୍ୟରେ ନିୟୋଜିତ ନିମନ୍ତେ ବାରଣ କରାଯାଇଛି । ହେଲେ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ପାଠପଢା ବଦଳରେ ସ୍କୁଲରେ ଆବର୍ଜନା ସଫା କରୁଥିବା ଭଳି ଦୃଶ୍ୟ ଖୋର୍ଦ୍ଧା ଜିଲା କମାଗୁରୁ ପଞ୍ଚାୟତ ବେଲପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସୋମବାର ଦେଖିବାକୁ ମିଳିଛି ।

ସ୍କୁଲ ଖୋଲିବା ପରେ ଉକ୍ତ ବିଦ୍ୟାଳୟର ଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷୟିତ୍ରୀ ବସି ରହି ଛାତ୍ରମାନଙ୍କୁ ଆବର୍ଜନା ସଫା କରିବା ଦାୟିତ୍ୱରେ ନିୟୋଜିତ କରିଥିବା ବେଳେ କିଛି ଛାତ୍ରୀଙ୍କ ହାତରେ ଝାଡୁ ଧରାଇ ସ୍କୁଲ ପରିସର ସଫା କାର୍ଯ୍ୟରେ ଲଗାଇଥିଲେ । ଆଉ କିଛି ଛାତ୍ରୀ ସ୍କୁଲ ଗୃହ ଓ ବାରଣ୍ଡା ଝାଡୁ କରୁଥିବା ଦେଖିବାକୁ ମିଳିଛି। ଏନେଇ ଦାୟିତ୍ୱରେ ଥିବା ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ସେ କହିଛନ୍ତି, ଆମର ଷ୍ଟାଫ ଆଉ କେହିନାଁହାନ୍ତି କିଏ ସଫାକରିବ । ଏନେଇ ସିଆରସିସି ବିଜୟ କୁମାର ମାନସିଂହଙ୍କୁ ପଚାରିବାରୁ ଏଭଳି ଖବର ଶୁଣି ମୁଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ତାଗିଦ କରିଥିବା ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri