ପାଠପଢ଼ା ଛାଡ଼ି ଭୋଜିରେ ବ୍ୟସ୍ତ ଛାତ୍ର

କୋଦଳା,୨୮ା୯(ଅମିତ କୁମାର ପଟ୍ଟନାୟକ):ବିଦ୍ୟାଳୟରେ ପାଠ ପଢ଼ା ସମୟରେ ଛାତ୍ରଛାତ୍ରୀ ବିଦ୍ୟାଳୟ ଛାଡ଼ି ଅନ୍ୟ ଏକ ଭୋଜିରେ ବ୍ୟସ୍ତ ରହିବାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପାଠପଢ଼ା ଚାଲିଥିବା ବେଳେ ପିଲାମାନେ କେମିତି ସ୍କୁଲ ଛାଡ଼ି ଭୋଜିରେ ଯୋଗଦେଲେ ତାହାକୁ ନେଇ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ତେବେ ଏ ନେଇ ଶିକ୍ଷାଅଧିକାରୀଙ୍କୁ ପଚାରିବାରୁ ଏହାର ତଦନ୍ତ କରାଯିବ ବୋଲି କହିଛନ୍ତି। ଏହି ଘଟଣା ଦେଖିବାକୁ ମିଳିଛି କୋଦଳା ନୋଡାଲ ଉଚ୍ଚ ବିଦ୍ୟାଳୟରେ।

ମଙ୍ଗଳବାର ଉଚ୍ଚ ବିଦ୍ୟାଳୟରେ ପାଠ ପଢ଼ା ଚାଲିଥିବା ବେଳେ କେତେକ ଛାତ୍ର ଅନ୍ୟତ୍ର ଭୋଜିରେ ଥିବା ଦେଖିବାକୁ ମିଳିଥିଲା। ଦଶମ ଶ୍ରେଣୀର କିଛି ଛାତ୍ର ବିଦ୍ୟାଳୟ ଠାରୁ ଏକ କିଲୋମିଟର ଦୂରରେ ଏକ ହୋଟେଲ ଉଦଘାଟନର ଭୋଜି କାର୍ଯ୍ୟରେ ଭୋଜି ଖାଉଥିବା ଦେଖିବାକୁ ମିଳିଥିଲା। ମଧ୍ୟାହ୍ନ ୧ଟା ସମୟରେ ବିଦ୍ୟାଳୟ ପାଠ ପଢା ଚାଲୁଥିବା ସମୟରେ କେମିତି ଛାତ୍ରମାନେ ସ୍କୁଲ ବାହାରକୁ ଗଲେ ସେ ନେଇ ଅଭିଭାବକରେ ପ୍ରଶ୍ନ କରିଛନ୍ତି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୂର୍ଯ୍ୟ ନାରାୟଣ ଜେନା ଅନୁପସ୍ଥିତ ଥିବା ବେଳେ ଶିକ୍ଷକ ଶରତ ଚନ୍ଦ୍ର ଜାଲି ଅତିରିକ୍ତ ଦାୟିତ୍ୱରେ ଥିଲେ। ତେବେ ଛାତ୍ରମାନେ କେମିତି ବାହାରକୁ ଗଲେ ସେ ଜାଣିନାହାନ୍ତି ବୋଲି କହିଛନ୍ତି। ଜିଲା ଶିକ୍ଷା ଅଧିକାରୀ ଅମିତା ପଟ୍ଟନାୟକଙ୍କୁ ଯୋଗାଯୋଗ କରିବାରୁ ଏହା ଏକ ଗୁରୁତର ଘଟଣା ହୋଇଥିବାରୁ ନିଶ୍ଚୟ ତଦନ୍ତ କରାଯିବ ବୋଲି କହିଛନ୍ତି। ଘଟଣାକୁ ଗୁରୁତର ସହ ନେଇ ବିଦ୍ୟାଳୟ ଶିକ୍ଷା କମିଟି ସଭାପତି ଦେବେନ୍ଦ୍ର ପାଣ୍ଡୀ ତଦନ୍ତ ଦାବି କରି କରିଛନ୍ତି। ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ଜେନା ବିଦ୍ୟାଳୟରେ ମନମୁଖୀ କାର୍ଯ୍ୟ କରୁଥିବା ନେଇ ବିଦ୍ୟାଳୟ ଶିକ୍ଷା କମିଟି ପକ୍ଷରୁ ଅଭିଯୋଗ ହୋଇଛି। ଚଳିତ ବର୍ଷ ୮୦ ଛାତ୍ରୀଛାତ୍ରଙ୍କୁ ଡ୍ରେସ ବଣ୍ଟନ ହୋଇନଥିବା ସେ ଅଭିଯୋଗ କରିଛନ୍ତି। ଏହାସହ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହେଉଥିବାରୁ ଉକ୍ତ ପ୍ରଧାନଶିକ୍ଷକ କାର୍ଯ୍ୟରୁ ଅବ୍ୟାହତ କରି ନୂତନ ପ୍ରଧାନଶିକ୍ଷକ ନିଯୁକ୍ତ ପାଇଁ ଏକ ଅଭିଯୋଗ ପତ୍ର ବେଗୁନିଆପଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri