ଛାତ୍ରୀଛାତ୍ର ପଡ଼ିଆରେ ଖାଉଛନ୍ତି ମଧ୍ୟାହ୍ନଭୋଜନ

ନୂଆଗାଁ,୨୩।୬(ଧନେଶ୍ୱର ସାହୁ ): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ପ୍ରଥମେ ୫-ଟି ଯୋଜନାରେ ରୂପାନ୍ତରିତ ହୋଇଥିବା ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ଅଭିଯୋଗ ହୋଇଛି। ସ୍କୁଲ ପରିଚାଳନା କମିଟିର ସଭାପତି, ସଦସ୍ୟ, ସ୍ଥାନୀୟ ସମିତି ସଭ୍ୟଙ୍କ ସମେତ ଅନ୍ୟମାନେ ଏ ସଂକ୍ରାନ୍ତରେ ମୁହଁ ଖୋଲିଛନ୍ତି। ଛାତ୍ରୀଛାତ୍ରଙ୍କ ମୌଳିକ ସମସ୍ୟାର ସମାଧାନ ନ ହେଲେ ସେମାନେ ସ୍କୁଲ ସମ୍ମୁଖରେ ଧାରଣା ଦେବେ। ଏପରି କି ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ସ୍କୁଲରୁ ଫେରାଇ ନେବେ ବୋଲି ଚେତାବନୀ ଦେଇଛନ୍ତି।
ସୂଚନା ଅନୁଯାୟୀ,ନୂଆଗାଁ ବ୍ଲକ ଚାହାଳି ପଞ୍ଚାୟତରେ ୧୯୭୨ରେ ପ୍ରତିଷ୍ଠା ହୋଇଥିବା ଚାହାଳି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ଶିକ୍ଷାଦାନ ବ୍ୟବସ୍ଥା ରହିଛି। ଉକ୍ତ ସ୍କୁଲଟି ନୂଆଗାଁ ବ୍ଲକରେ ପ୍ରଥମ କରି ୨୦୨୧ରେ ୫-ଟି ଯୋଜନାରେ ସାମିଲ ହୋଇ ରୂପାନ୍ତରିତ ହୋଇଥିଲା। ୫-ଟି ଯୋଜନାରେ ଉକ୍ତ ସ୍କୁଲରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟ କରାଯାଇଛି। ତଥାପି ସ୍କୁଲରେ ନାନା ଅବ୍ୟବସ୍ଥା ଲାଗି ରହିଛି। ପ୍ରଥମ ଶ୍ରେଣୀଠାରୁ ଅଷ୍ଟମ ଶ୍ରେଣୀ ଯାଏ ୨୩୩ ଜଣ ଛାତ୍ରୀଛାତ୍ର ରହିଛନ୍ତି। ସେମାନଙ୍କୁ ପାଠ ପଢାଇବା ପାଇଁ ମାତ୍ର ୩ ଜଣ ଶିକ୍ଷକ ଅଛନ୍ତି। ନବମ ଓ ଦଶମ ଶ୍ରେଣୀରେ ୮୬ ଜଣ ଛାତ୍ରୀଛାତ୍ରଙ୍କୁ ପାଠ ପଢାଇବା ପାଇଁ ୫ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତି ପାଇଛନ୍ତି। କିନ୍ତୁ ହିନ୍ଦୀ କିମ୍ବା ସଂସ୍କୃତ ଶିକ୍ଷକଙ୍କ ଅଭାବ ରହିଛି। ଶ୍ରେଣୀଗୃହ ଅଭାବରୁ ଗୋଟିଏ ଘରେ ୨ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ପାଠ ପଢାଯାଉଛି। ମୋ ସ୍କୁଲ ଅଭିଯାନ ଅନୁଦାନରେ ଛାତ୍ରୀଛାତ୍ରମାନଙ୍କ ମଧ୍ୟାହ୍ନ ଭୋଜନ ଖାଇବା ନିମନ୍ତେ ଡାଇନିଂ ହଲ୍‌ ନିର୍ମାଣ କରାଯାଇଛି। ଏହି ଗୃହର ଉଦ୍‌ଘାଟନୀ ଉତ୍ସବରେ ତତ୍କାଳୀନ ଶିକ୍ଷାମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇ କର୍ମକର୍ତ୍ତାଙ୍କୁ ପ୍ରଶଂସା କରିବା ସହ ଏପରି ବ୍ୟବସ୍ଥା ଜିଲାରେ କେଉଁଠି ନାହିଁ ବୋଲି କହିଥିଲେ। କିନ୍ତୁ ଶ୍ରେଣୀଗୃହ ଅଭାବରୁ ସେହି ଡାଇନିଂ ହଲରେ ପାଠପଢା ଯାଉଥିବାରୁ ଛାତ୍ରୀଛାତ୍ରମାନେ ସ୍କୁଲ ପଡିଆ କିମ୍ବା ବାରଣ୍ଡାରେ ବସି ମଧ୍ୟାହ୍ନ ଭୋଜନ ଖାଉଛନ୍ତି। ୫-ଟି ଯୋଜନାରେ ସ୍କୁଲ ପରିସରକୁ ସବୁଜିମା ଓ ସୌନ୍ଦର୍ଯ୍ୟକରଣ କରିବା ପାଇଁ ପ୍ରାୟ ଅଢେଇ ଲକ୍ଷ ଟଙ୍କା ବ୍ୟୟ କରାଯାଇଥିଲା। ହେଲେ ଲଗାଯାଇଥିବା ଗଛରେ ପାଣି ଦେବା ପାଇଁ କୌଣସି ବ୍ୟବସ୍ଥା ନାହିଁ। ପାଣିର ଅଭାବ ଦୀର୍ଘ ଦିନ ଧରି ଲାଗି ରହିଛି। ଏପରି କି ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ କରିବା ପରେ ବାସନ ଧୋଇବା ପାଇଁ ପାଣି ନାହିଁ। ଏପରି ଅବ୍ୟବସ୍ଥା ବାବଦରେ ଜିଲାପାଳଙ୍କୁ ବାରମ୍ବାର ଅଭିଯୋଗ କରିବା ସହ ସମିତି ସଭ୍ୟ ସମିତି ବୈଠକରେ ଅଭିଯୋଗ ଆଣିଥିଲେ। ହେଲେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ୧ ମାସ ମଧ୍ୟରେ ଶିକ୍ଷକ ନିଯୁକ୍ତି, ଶ୍ରେଣୀ ଗୃହ ନିର୍ମାଣ ବ୍ୟବସ୍ଥା କରା ନ ଗଲେ ସ୍କୁଲ ପରିଚାଳନା କମିଟି ସଭାପତି ସୁବାସ ଚନ୍ଦ୍ର ଆଚାର୍ଯ୍ୟ, ସଭ୍ୟ ପ୍ରଦୀପ୍ତ କୁମାର ନାଥ, ସନ୍ତୋଷ ବେହେରା, ଲକ୍ଷ୍ମୀପ୍ରିୟା ଆଦି ସ୍କୁଲ ସମ୍ମୁଖରେ ଧାରଣା ଦେବେ ବୋଲି ଚେତାବନୀ ଦେଇଛନ୍ତି। ତେବେ ଏଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ନୂଆଗାଁ ବିଡିଓ ସଚ୍ଚିଦାନନ୍ଦ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?