ମେଧାବୃତ୍ତି ପରୀକ୍ଷାରୁ ଛାତ୍ରୀଛାତ୍ର ବଞ୍ଚିତ

ନୀଳଗିରି, ୧୦।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧୀନ ଧୋବିଶିଳା ପଞ୍ଚାୟତ କେନ୍ଦୁଖୁଣ୍ଟାସ୍ଥିତ ବିଷ୍ଣୁପ୍ରିୟା ସରକାରୀ ମାଧ୍ୟମିକ ବିଦ୍ୟାଳୟର ବହୁ ଛାତ୍ରୀଛାତ୍ର ମେଧାବୃତ୍ତି ଓ ଏନଆରଟିଏସ୍‌ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏହାର ପ୍ରତିବାଦ କରି ଅଭିଭାବକମାନେ ଶୁକ୍ରବାର ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇବା ସହ ସ୍କୁଲ ଭିତରକୁ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଛାଡି ନ ଥିଲେ। ଫଳରେ ସେମାନେ ରାସ୍ତା ଉପରେ ବୁଲୁଥିବା ଦେଖିବାକୁ ମିଳିଥିଲା।
ଅଗଷ୍ଟରେ ବିଇଓ ଅଧ୍ୟକ୍ଷତାରେ ଏକ ବୈଠକ ସମସ୍ତ ସିଆରସି, ବିଆରସିମାନଙ୍କୁ ମେଧାବୃତ୍ତି ଓ ଏନଆରଟିଏସ ପରୀକ୍ଷା ବିଷୟରେ ଆଲୋଚନା କରିବା ସହ ପ୍ରତି ବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରାଇବା ନିମନ୍ତେ ନିଷ୍ପତ୍ତି ନିଆଯାଇଥିଲା। ସିଆରସି ସୁଶୀଲ କୁମାର ବେହେରା ପରୀକ୍ଷା ବିଷୟରେ ପ୍ରଧାନଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ରଥଙ୍କୁ ଜଣାଇବା ସହ ଯେଉଁ ଛାତ୍ରୀଛାତ୍ରମାନେ ଇଚ୍ଛୁକ ସେମାନଙ୍କ ଅଭିଭାବକମାନଙ୍କୁ ଅବଗତ କରାଇ ଆବଶ୍ୟକ କାଗଜପତ୍ର ସହ ଅନଲାଇନରେ ଆବେଦନ କରାଇବା ପାଇଁ ପରାମର୍ଶ ଦେଇଥିଲେ। ମାତ୍ର ଏହାକୁ ଅଣଦେଖା କରାଯାଇଥିଲା। ବିଦ୍ୟାଳୟର ୧୦ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ ବଞ୍ଚିତ ହେବା ପରେ ଏହାକୁ ନେଇ ବିଦ୍ୟାଳୟ ପରିସରରେ ଉତ୍ତେଜନା ଲାଗି ରହିଛି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ରଥଙ୍କୁ ପଚାରିବାରୁ ତାଙ୍କ ଭୁଲ ପାଇଁ ପିଲାମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri