ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ବଇଣ୍ଡା,୨୮।୬ (ପରିକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜାମୁନାଳୀ ଠାରୁ ବାମୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟରେ ବହୁ ବିଳମ୍ବ ହେଉଥିବାରୁ ଅଞ୍ଚଳବାସୀ ନାନା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନେକ ସ୍ଥାନରେ ଗ୍ରାମର ମୁଖ୍ୟ ରାସ୍ତା, ବିଦ୍ୟାଳୟକୁ ଯାଇଥିବା ରାସ୍ତା, ମେଡିକାଲକୁ ସଂଯୋଗ କରୁଥିବା ରାସ୍ତା ନିକଟରେ ଠିକାସଂସ୍ଥା ପକ୍ଷରୁ ଖୋଳି ଦିଆଯାଇଥିବା ଯୋଗୁ ଗମନାଗମନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ଫୁଲମ୍ବା ସରକାରୀ ଉଚ୍ଚ ବିଦ୍ୟାଳୟ ସମ୍ମୁଖ ରାସ୍ତାକୁ ଠିକାସଂସ୍ଥା ପକ୍ଷରୁ ଖୋଳି ଦିଆଯାଇଥିବା ଯୋଗୁ ଛାତ୍ରୀଛାତ୍ରମାନେ ୨ ଫୁଟ ପାଣି ଭିତରେ ପଶି ବିପଦସଙ୍କୁଳ ଅବସ୍ଥାରେ ସ୍କୁଲ ଯାଉଥିବା ଜଣାପଡିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏ ସମ୍ପର୍କରେ ମଙ୍ଗଳବାର ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି।
ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣର ଠିକା ନେଇଥିବା ଘରୋଇ ସଂସ୍ଥା ୪ ଲେନ୍‌ ରାସ୍ତା ନିର୍ମାଣ କରୁଛି। ଗୋଟିଏ ପାଖରେ ରାସ୍ତା ନିର୍ମାଣ କରାଯାଇଥିବା ବେଳେ ଅନ୍ୟ ପାଖରେ ରାସ୍ତା ପାଇଁ ଗତ ଏପ୍ରିଲରୁ ୨ ଫୁଟ ଗଭୀରର ଖୋଳି ଦିଆଯାଇଛି। ଲଘୁଚାପ ବର୍ଷାରେ ଉକ୍ତ ଖୋଳି ଦିଆଯାଇଥିବା ସ୍ଥାନରେ ପାଣି ଜମି ରହିଛି। ଫଳରେ ବିଦ୍ୟାଳୟକୁ ଅନ୍ୟ କୌଣସି ବାଟ ନ ଥିବାରୁ ଛାତ୍ରୀଛାତ୍ରମାନେ ଜମିରହିଥିବା ପାଣି ଭିତରେ ପଶି ଯାତାୟାତ କରୁଛନ୍ତି। ଏ ନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ଗ୍ରାମବାସୀଙ୍କ ପକ୍ଷରୁ ବହୁବାର ଠିକାସଂସ୍ଥାକୁ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ରାସ୍ତା କାମ ଶୀଘ୍ର ହେବ ବୋଲି କହିବା ସହ ଠିକାସଂସ୍ଥା କାହା କଥା ଶୁଣୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି l ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ କଡା ଚେତାବନୀ ଦେଇଛନ୍ତି l ଏ ନେଇ ଠିକାସଂସ୍ଥା ପରିଚାଳକ ମନୋଜ ଗୋଚ୍ଛାୟତଙ୍କୁ ପଚରାଯିବାରୁ ରାସ୍ତା କରାଯିବ କହି ପ୍ରସଙ୍ଗକୁ ଏଡାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri