ମାଟ୍ରିକ୍‌ ପରୀକ୍ଷା ନେଇ ଛାତ୍ରୀଛାତ୍ର ତତ୍ପର

କଟକ ଅଫିସ,୬ା୨:ଆସନ୍ତା ମାର୍ଚ୍ଚ ୧୦ରୁ ୨୦ ତାରିଖ ପର୍ଯ୍ୟନ୍ତ ମାଟ୍ରିକ୍‌ ସମ୍ମେଟିଭ-୨ ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ହାଇସ୍କୁଲ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏହାକୁ ନେଇ ଛାତ୍ରୀଛାତ୍ରମାନେ ତତ୍ପର ହୋଇପଡିଛନ୍ତି। ପୂର୍ବ ଅପେକ୍ଷା ପାଠପଢାରେ ଏବେ ଅଧିକ ସମୟ ଦେଉଛନ୍ତି। ମନରେ କୌଣସି ଦ୍ୱନ୍ଦ୍ୱ ଥିଲେ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଚାରି ଦୂର କରୁଛନ୍ତି।
ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟାରେ ସରିବ। ହେଲେ ଗଣିତ ବିଷୟରେ ଛାତ୍ରୀଛାତ୍ରଙ୍କୁ ଅତିରିକ୍ତ ୧୫ ମିନିଟ୍‌ ସମୟ ମିଳିବ। ପରୀକ୍ଷା ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୦ ତାରିଖରେ ପ୍ରଥମ ଭାଷା ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲୁଗୁ, ଅଲ୍‌ଟର୍‌ନେଟିଭ ଇଂଲିଶ, ୧୩ ତାରିଖରେ ଦ୍ୱିତୀୟ ଭାଷା ଇଂଲିଶ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା, ୧୪ରେ ତୃତୀୟ ଭାଷା ହିନ୍ଦୀ, ଓଡ଼ିଆ, ପାର୍ସୀ, ସଂସ୍କୃତ, ୧୬ରେ ସାଧାରଣ ବିଜ୍ଞାନ, ୧୮ରେ ସାମାଜିକ ବିଜ୍ଞାନ ଓ ୨୦ ତାରିଖରେ ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ଭୋକେଶନାଲ ଟ୍ରେଡ୍‌ ପ୍ରାକ୍ଟିକାଲ ପରୀକ୍ଷା ନିଜ ସ୍କୁଲରେ ଆସନ୍ତା ୧୫ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଭୋକେଶନାଲ୍‌ ଟ୍ରେଡ୍‌ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ। ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ରହିବ। ଏହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ। ଅବଶିଷ୍ଟ ୩୦ ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ।
ସେହିପରି ମଧ୍ୟମା ପରୀକ୍ଷା ସୂଚୀ ଅନୁସାରେ, ମାର୍ଚ୍ଚ ୧୦ ତାରିଖରେ ପେପର-୪ (ଓଡ଼ିଆ), ୧୩ରେ ପେପର-୮ (ଇଂଲିଶ), ୧୪ରେ ପେପର-୨ (ସଂସ୍କୃତ ସାହିତ୍ୟମ୍‌), ୧୫ରେ ପେପର-୧ (ସଂସ୍କୃତ ବ୍ୟାକରଣ ଓ ଦର୍ଶନ), ୧୬ରେ ପେପର-୬ (ସାଧାରଣ ବିଜ୍ଞାନ), ୧୭ରେ ପେପର-୩(ପ୍ରୟୋଗାତ୍ମକ ସଂସ୍କୃତ), ୧୮ରେ ପେପର-୭(ସାମାଜିକ ବିଜ୍ଞାନ) ଓ ୨୦ ତାରିଖରେ ପେପର-୫ (ଗଣିତ) ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖରେ ଓଡ଼ିଆ, ତେଲୁଗୁ, ଉର୍ଦ୍ଦୁ, ହିନ୍ଦୀ, ୧୧ରେ ହୋମ୍‌ ସାଇନ୍ସ,୧୩ରେ ଇଂଲିଶ ,୧୪ରେ ଭାରତୀୟ ସଂସ୍କୃତି ଓ ଐତିହ୍ୟ, ୧୫ରେ ହୋମ୍‌ ସାଇନ୍ସ ପ୍ରାକ୍ଟିକାଲ, ୧୬ରେ ବିଜ୍ଞାନ, ୧୭ରେ ଚିତ୍ରାଙ୍କନ ଥିଓରି, ୧୮ରେ ସାମାଜିକ ବିଜ୍ଞାନ, ୧୯ରେ ଚିତ୍ରାଙ୍କନ ପ୍ରାକ୍ଟିକାଲ ଓ ୨୦ରେ ଗଣିତ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri