ହଷ୍ଟେଲ ଛାଡୁଛନ୍ତି ଛାତ୍ରୀଛାତ୍ର

ମାଲକାନଗିରି, ୨ା୯(ଡି.ଏନ.ଏ.):ମାଲକାନଗିରି ଜିଲା ପଡିଆ ବ୍ଲକ କାଲଦାପାଲି ପଞ୍ଚାୟତ ଅନ୍ତର୍ଗତ କଲାଗଣ୍ଡାସ୍ଥିତ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟରେ ଅଜଣା ରୋଗରେ ୨ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଏହାକୁ ନେଇ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ହଷ୍ଟେଲ ଛାଡି ଘରକୁ ଚାଲି ଯାଉଥିବା ଦେଖିବାକୁ ମିଳିଛି। ଗତ ଏକ ମାସରୁ ଊର୍ଦ୍ଧ୍ୱ ହେଲା ବିଦ୍ୟାଳୟରେ ଭୂତ ବାହାରୁଛି। ଏଥିପାଇଁ ଡର ଲାଗୁଥିବା କେତେ ଜଣ ଛାତ୍ରୀଛାତ୍ର ପ୍ରକାଶ କରଛନ୍ତି। ଖବରରୁ ଜଣାପଡିଛି, ଏହି ବିଦ୍ୟାଳୟରେ ଗତ କିଛି ଦିନ ମଧ୍ୟରେ ଅଜଣା ରୋଗରେ ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିଲା। ଅନେକ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡିବାରୁ ସେମାନଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପଡିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। କେତେ ଜଣ ବର୍ତ୍ତମାନ ସୁଦ୍ଧା ଚିକିତ୍ସାଧୀନ ଥିବା ବେଳେ ଆଉ କେତେ ଜଣ ଛାତ୍ରୀଛାତ୍ର ସୁସ୍ଥ ହୋଇ ଘରକୁ ଫେରିଲେଣି। ତେବେ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା କେତେକ ଛାତ୍ରୀଛାତ୍ର ଏବେ ଭୟରେ ହଷ୍ଟେଲ ଛାଡୁଥିବା ବେଳେ ବିଦ୍ୟାଳୟରେ ଭୂତ ବାହାରୁଥିବା ଏବଂ ରାତିରେ ବିଭିନ୍ନ ଶବ୍ଦ ହେବା ସହ ଏକ ବିଲେଇ ବୁଲୁଥିବାରୁ ଏଠି ରହିବାକୁ ଡର ଲାଗୁଛି ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ବିଦ୍ୟାଳୟକୁ ପଠାଯାଇ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ସଂଗୃହୀତ ରକ୍ତ ନମୁନାକୁ ପରୀକ୍ଷା ପାଇଁ ପଠାଯାଇଛି। ରିପୋର୍ଟ ଆସିବା ପରେ ଏହି ଅଜଣା ରୋଗର କାରଣ ସ୍ପଷ୍ଟ ହେବ ବୋଲି ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ପ୍ରଫୁଲ୍ଲ ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri