‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩ ଦିନ ଧରି ବିଦ୍ୟାମନ୍ଦିର ପ୍ରାନ୍ତରରେ ମହା ସମାରୋହରେ ଆୟୋଜିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ମଞ୍ଜୁଲତା କହଁର, ସମ୍ମାନିତ ଅତିଥି ଭାବେ ଆଇନଜୀବୀ ତଥା ସମାଜସେବୀ ଦିଲ୍ଲୀପ କୁମାର ବେହେରା, ପରିଚାଳନା କମିଟିର ଉପସଭାପତି ସ୍ବରୂପ ଚନ୍ଦ୍ର ମହାନ୍ତି ଯୋଗ ଦେଇ କ୍ରୀଡ଼ା ପତାକା ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ ଉତ୍ସବର ଶୁଭାରମ୍ଭ କରିଥିଲେ। ଶିଶୁପ୍ରାରମ୍ଭଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶିଶୁମାନଙ୍କୁ ୬ଟି ଦଳରେ ବିଭକ୍ତ କରାଯାଇ ବିଭିନ୍ନ ପ୍ରକାରର କ୍ରୀଡ଼ା କୌଶଳ ପ୍ରଦର୍ଶିତ ହୋଇଥିଲା। ଉଦ୍‌ଯାପନୀ ଉତ୍ସବରେ ସ୍ବତନ୍ତ୍ର ଅତିଥି ଭାବେ ଜାତୀୟସ୍ତରର କରାଟେ ଖେଳାଳି ଭାଲେନା ଭାଲେଣ୍ଟିନା, ଅଲିସା ସୁବୁଦ୍ଧି, ମୁଖ୍ୟ ଅତିଥି ମଞ୍ଜୁଲତା କହଁର, ସମ୍ମାନିତ ଅତିଥି ପରିଚାଳନା କମିଟିର ସମ୍ପାଦକ ଲକ୍ଷ୍ମଣ ଜେନା, ପ୍ରତିଷ୍ଠାତା ଅଜୟ ଗୁରୁଜୀ ପ୍ରମୁଖ ଯୋଗ ଦେଇ ଛାତ୍ରୀଛାତ୍ର ସୁନାଗରିକ ହେବା ପାଇଁ ପରାମର୍ଶ ଦେବା ସଙ୍ଗେ ସଙ୍ଗେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ବିଦ୍ୟାମନ୍ଦିରର ସିନିୟର ଏବଂ ସୁପର ସିନିୟର ବିଭାଗ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। କ୍ରୀଡ଼ା ପ୍ରତିଯୋଗିତା ୨୦୨୫-୨୬ର ଚାମ୍ପିଅନ ଅଂଶୁମାନ ସାହୁ, ବାର୍ଷିକ ବିଜ୍ଞାନ ମେଳା ୨୦୨୫-୨୬ର ଶ୍ରେଷ୍ଠ ପ୍ରକଳ୍ପ ପାଇଁ ଆୟୁଷ୍ମାନ ଦାଶ ଏବଂ ଅର୍ପିତା ଭାରତୀ ସାମନ୍ତରାୟ ପୁରସ୍କୃତ ହୋଇଥିଲେ। ବରିଷ୍ଠ ଗୁରୁଜୀ ହରିଶ୍ଚନ୍ଦ୍ର ପ୍ରଧାନ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ଦୀପ୍ତିମୟୀ ହରିଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ। କ୍ରୀଡ଼ା ଶିକ୍ଷକ ସୁନୀଲ କୁମାର ପଟ୍ଟନାୟକଙ୍କ ସମେତ ସମସ୍ତ ଗୁରୁମାଗୁରୁଜୀମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୂଚାରୁରୂପେ ସମ୍ପାଦନ ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?