ଛାତ୍ର ବିଜେଡ଼ି ପକ୍ଷରୁ ଶୋଭାଯାତ୍ରା, ଡ଼ିଜିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଦିଗପହଣ୍ଡି,୧୩ା୮(ଅଶେଷ ନାଥ ମିଶ୍ର): ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଯୋଗୁ ଦିନକୁ ଦିନ ନାରୀ ନିର୍ଯ୍ୟାତନା, ଗଣଦୁଷ୍କର୍ମ ପ୍ରତିବାଦରେ ବୁଧବାର ଦିଗପହଣ୍ଡି ନିର୍ବାଚନମଣ୍ଡଳୀ ବିଜୁଛାତ୍ର ଜନତା ଦଳ ପକ୍ଷରୁ ପ୍ରତିବାଦ ଶୋଭାଯାତ୍ରା କରାଯାଇଛି। ଛାତ୍ର ବିଜେଡ଼ି ଗଞ୍ଜାମ ଜିଲା ସଭାପତି ପ୍ରଶାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଜିଲା ଉପସଭାପତି ଗଣେଶ ରେଡ୍ଡୀ, ରାଜ୍ୟ ସମ୍ପାଦକ ସୁନୀଲ ମହାଙ୍କୁଡ, ଜିଲା ସାଧାରଣ ସମ୍ପାଦକ ପିଙ୍କୁ ଘଡେଇ, ଜିଲା ଯୁବ ବିଜେଡି ସାଧାରଣ ସମ୍ପାଦକ ନୀଳମାଧବ ଗୌଡ, ଛାତ୍ର ବିଜେଡ଼ି ବ୍ଲକ ସଭାପତି ବିପ୍ଳବ ମିଶ୍ର, ନଗର ବିଜେଡ଼ି ସଭାପତି ତାରାପ୍ରସାଦ ପଟ୍ଟନାୟକ, କର୍ମକର୍ତ୍ତା ସୁଶୀଲ ବିଷୋୟୀ, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ଶିବଲକ୍ଷ୍ମୀ ପଟ୍ଟନାୟକ, ସୁନୀଲ ବିଷୋୟୀ, ଜଗନ୍ନାଥ ପ୍ରଧାନ, ହରିଶ୍ଚନ୍ଦ୍ର ପାତ୍ର, ସମୀର ସ୍ବାଇଁ, ନିଗମ ପଣ୍ଡା, କୃଷ୍ଣଚନ୍ଦ୍ର ସେଠୀ, ରାମେଶ୍ୱର ପାଣିଗ୍ରାହୀଙ୍କ ସମେତ ବହୁ ସଂଖ୍ୟକ ଛାତ୍ର ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ସ୍ଥିତ ବିଜେଡ଼ି କାର୍ଯ୍ୟାଳୟରୁ ଶୋଭାଯାତ୍ରାରେ ବାହାରି ଦିଗପହଣ୍ଡି ଥାନାରେ ପହଞ୍ଚିଥିଲେ। ରାଜ୍ୟରେ ମହିଳା ଓ ଛାତ୍ରୀମାନେ ଅସୁରକ୍ଷିତ ରହିଥିବା ବେଳେ ସରକାର କିଭଳି ନିରବଦ୍ରଷ୍ଟା ସାଜିଥିବା ସହ ଅପରାଧୀଙ୍କ ଉପରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ନିଆଯାଉ ନ ଥିବା ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଶେଷରେ ଛାତ୍ର ବିଜେଡ଼ି ତରଫରୁ ରାଜ୍ୟ ପୋଲିସ ଡ଼ିଜିଙ୍କ ଉଦ୍ଦେଶ୍ୟରେ ଦିଗପହଣ୍ଡି ଥାନା ଆଇଆଇସି ତଥା ଡିଏସପି ପ୍ରଶାନ୍ତ ପାତ୍ରଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିପତ୍ର ପ୍ରଦାନ ସମୟରେ ସହସ୍ରାଧିକ ଛାତ୍ର ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri