ସାଢେ ୫ଘଣ୍ଟା ରାଜପଥ ଅବରୋଧ କଲେ ଛାତ୍ରୀଛାତ୍ର

କୁଆଁରମୁଣ୍ଡା,୨୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆରମୁଣ୍ଡା ବ୍ଲକ କୁମଝରିଆସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଛାତ୍ରୀଛାତ୍ର କହିଥିଲେ, ସଞ୍ଜୟ ସାର୍‌ ନିର୍ଦ୍ଦୋଶ। ତାଙ୍କୁ ଭିଜିଲାନ୍ସ ଜାଲରେ ଫସାଇ ଦିଆଯାଇଛି। ତେଣୁ ତାଙ୍କୁ ତୁରନ୍ତ ଛାଡି ଦେବାକୁ ଦାବିକରି ଅପରାହ୍ନରେ କୁମଝରିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଦୀର୍ଘ ସାଢେ ୫ଘଣ୍ଟା ଧରି ପିଲା ଓ ସେମାନଙ୍କର ଅଭିଭାବକ ରାଜପଥ ଅବରୋଧ କରିବାରୁ ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ ଭାରିଯାନଠାରୁ ଆରମ୍ଭ କରି ଯାତ୍ରୀବାହୀଯାନଗୁଡିକ ଅଟକି ରହିଥିଲା। ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲଙ୍କୁ ଭିଜିଲାନ୍ସ ନ ଛାଡିବା ପର୍ଯ୍ୟନ୍ତ ରାଜପଥରୁ ହଟିବେ ନାହିଁ କି ଖାଇବେ ନାହିଁ ବୋଲି ପିଲାମାନେ ନିଜ ଜିଦ୍‌ରେ ଅଡି ବସିଥିଲେ। ଏହା ପରେ ଖବର ପାଇ କୁଆଁରମୁଣ୍ଡା ବିଡିଓ ତୃପ୍ତି ବରାଇ, ପାନପୋଷ ଉପଜିଲାପାଳ ଦୌଲତ ଚନ୍ଦ୍ର ଚନ୍ଦ୍ରାକାର ଓ ବୀରମିତ୍ରପୁର ଉପଖଣ୍ଡ ସମେତ ଜିଲା ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନରତ ଛାତ୍ରୀଛାତ୍ରମାନଙ୍କୁ ଯେତେ ବୁଝାଇଲେ ମଧ୍ୟ କିଛି ଶୁଣି ନ ଥିଲେ। ଛାତ୍ରୀଛାତ୍ର ଗୋଟିଏ ଜିଦରେ ଅଟଳ ରହି କହିଥିଲେ, ‘ଆମର ସାର୍‌ ନିର୍ଦ୍ଦୋଶ ଓ ତାଙ୍କୁ ଆମ ସ୍କୁଲକୁ ଫେରାଇ ନ ଆଣିବା ପର୍ଯ୍ୟନ୍ତ ଆମେ ଆନ୍ଦୋଳନରୁ ହଟିବୁ ନାହିଁ। ଏହା ପରେ କୁଆଁରମୁଣ୍ଡା ଜିଲା ପରିଷଦ ସଭ୍ୟ ରାଜେନ୍ଦ୍ର କୁଜୁର, କୁମଝରିଆ ସରପଞ୍ଚ ବାତିଆ ଲାକ୍ରା, କୁଆଁରମୁଣ୍ଡା ସରପଞ୍ଚ ରାଜେଶ ହଁାସଦା, ପଦମପୁର ସରପଞ୍ଚ ଦିଲ୍ଲୀପ ଏକ୍କା, ପୁଟ୍ରିଖମଣ ସରପଞ୍ଚ ନରେଶ ସୁରିନଙ୍କ ସମେତ ୧୫ ରୁ ଊର୍ଦ୍ଧ୍ୱ ସରପଞ୍ଚ ସେଠାରେ ପହଞ୍ଚତ୍ ଛାତ୍ରୀଛାତ୍ରଙ୍କର ଦାବିକୁ ଯଥାର୍ଥ ବୋଲି କହିବା ସହ ପ୍ରଶାସନ ସମ୍ପୃକ୍ତ ପ୍ରଧାନଶିକ୍ଷକ ସାମଲଙ୍କୁ ଖଲାସ କରିବା ଦିଗରେ ସ୍ବତନ୍ତ୍ର ବ୍ୟବସ୍ଥା କରୁ ବୋଲି ଦାବି କରିଥିଲେ। ଏହା ପରେ ପ୍ରଧାନଶିକ୍ଷକ ସାମଲ ଜାମିନ୍‌ରେ ଆସିବା ପର୍ଯ୍ୟନ୍ତ ବିଦ୍ୟାଳୟରେ ଯେଉଁ ପ୍ରକାରେ ପିଲାମାନଙ୍କ ପାଇଁ ବ୍ୟବସ୍ଥା କରାଯାଇଥିଲା ତାହାର ପୂର୍ଣ୍ଣ ବ୍ୟବସ୍ଥା କରାଯିବା ପାଇଁ ପ୍ରତିଶ୍ରୃତି ଦେଇଥିଲେ। ପ୍ରଧାନଶିକ୍ଷକ ସାମଲଙ୍କୁ ପୁନର୍ବାର ଏହି ବିଦ୍ୟାଳୟକୁ ଫେରାଇ ଅଣାଯିବାର ସମ୍ପୂର୍ଣ୍ଣ ବ୍ୟବସ୍ଥା କରିବେ ବୋଲି ଉପଜିଲାପାଳ ଚନ୍ଦ୍ରାକାର କହିବାରୁ ଛାତ୍ରୀଛାତ୍ର ଆନ୍ଦୋଳନରୁ ଓହରିବା ସହ ରାତ୍ରଭୋଜନ କରିବାକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri