ରାସ୍ତା ଅବରୋଧ କଲେ ଛାତ୍ରୀ

ଧାମନଗର, ୪।୩ (ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକ ଧୂଷୁରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗତ ମଙ୍ଗଳବାର କିଛି ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ଚପାଇ ଦେବା ପାଇଁ ପ୍ରଧାନ ଶିକ୍ଷୟିତ୍ରୀ ଉଦ୍ୟମ କରିଥିବା ଅଭିଯୋଗ ପରେ ଗୁରୁବାର ଜିଲା ଶିକ୍ଷାଧିକାରୀ କପିଳେନ୍ଦ୍ର ମିଶ୍ର ତାଙ୍କୁ ୭ ଦିନ ପାଇଁ ବିଦ୍ୟାଳୟକୁ ନ ଆସିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାର ପ୍ରତିବାଦରେ କେତେଜଣ ଛାତ୍ରୀ ଓ ଅଭିଭାବକ ଶୁକ୍ରବାର ବିଦ୍ୟାଳୟ ଫାଟକ ବନ୍ଦ କରି ଧୂଷୁରୀ ବସ୍‌ଷ୍ଟାଣ୍ଡ ନିକଟରେ ରାସ୍ତା ଅବରୋଧ କରିଥିଲେ। ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ରାସ୍ତା ଅବରୋଧ ପରେ ଧାମନଗର ଏସ୍‌ଡିପିଓ ବିଜୟକୃଷ୍ଣ ମହାପାତ୍ର, ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଭୀମସେନ ହୋ ଓ ଧୂଷୁରୀ ଥାନା ପୋଲିସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରିବା ପରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପିଲାମାନଙ୍କ ସହ ଆଲୋଚନା ପରେ ବିଦ୍ୟାଳୟ କାର୍ଯ୍ୟରୁ ମୌଖିକ ଭାବେ ନିବୃତ୍ତ ରଖାଯାଇଥିବା ଶିକ୍ଷୟିତ୍ରୀଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦାନ ଏବଂ ଶିକ୍ଷକ ଅଭାବ ଦୂର କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସମାଧାନ ହୋଇଥିଲା। ପ୍ରକାଶଥାଉ କି, ଘଟଣା ଚପାଇବାକୁ ଉଦ୍ୟମ କରିଥିବା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ଗୁରୁବାର କେତେଜଣ ଛାତ୍ରୀ ଓ ଅଭିଭାବକ ଜିଦ୍‌ ଧରିଥିବା ବେଳେ ଶୁକ୍ରବାର ତାଙ୍କ ସପକ୍ଷରେ ରାସ୍ତା ଅବରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri