ଭଡ଼ା ଘରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ଭଞ୍ଜନଗର,୩ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଟି ସ୍କୁଲର ଜଣେ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ସୋମବାର ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି। ସେ ହେଲେ ସୋରଡ଼ା ଥାନା ଅନ୍ତର୍ଗତ କେଶରା ଗ୍ରାମର ଜ୍ୟୋତିରାଣୀ ସେଠୀ। ଜ୍ୟୋତି ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଛି। ଭଞ୍ଜନଗର ଏସ୍‌ଡିପିଓ ସୁଜିତ୍‌ କୁମାର ନାୟକ, ଥାନା ଅଧିକାରୀ କୁମାର ମୁଦୁଲି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।

ପ୍ରକାଶ ଯେ, ଭଞ୍ଜନଗର ସିଟି ସ୍କୁଲ ଛାତ୍ରୀ ଜ୍ୟୋତି ନିକଟସ୍ଥ ମାଲସାହିରେ ତାଙ୍କର ଆଉ ୩ ସାଙ୍ଗଙ୍କ ସହ ମିଶି ଏକ ଭଡ଼ାଘରେ ରହୁଥିଲେ। ସୋମବାର ପୂର୍ବାହ୍ନ ୧୦ଟାରେ ସାଙ୍ଗମାନେ ମିଶି ସ୍କୁଲ ଯିବାପାଇଁ ଜ୍ୟୋତିରାଣୀଙ୍କୁ ଡାକିଥିଲେ। କିନ୍ତୁ ସେ ପରେ ଯିବି କହି ଯାଇ ନ ଥିଲେ। କିଛି ସମୟ ପରେ ସେହି ନିକଟରେ ରହୁଥିବା ଅନ୍ୟ ଜଣେ ଛାତ୍ରୀ କୌଣସି ଜିନିଷ ନେବାକୁ ଜ୍ୟୋତିଙ୍କ ରୁମ୍‌କୁ ଆସିଥିଲେ। ସେ ସମୟରେ ଜ୍ୟୋତି ଆତ୍ମହତ୍ୟା କରିଥିବା ଦେଖିଥିଲେ। ଘର ମାଲିକ ଏହି ସମ୍ପର୍କରେ ପୋଲିସକୁ ସୂଚନା ଦେଇଥିଲେ। ଏ ନେଇ ନଂ.୬/୨୫ରେ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?