ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଜଣେ ମନ୍ତ୍ରୀଙ୍କ ପୁତୁରାଙ୍କ ସମ୍ପୃକ୍ତି ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ ଗୋଳନ୍ଥରା ପୋଲିସ ଏକ ମାମଲା(ନଂ.୨୨୬/୨୬) ରୁଜୁ କରି ଘଟଣାରେ ସମ୍ପୃକ୍ତ ଥିବା ବିଶ୍ୱଜିତ୍‌ ଜେନାଙ୍କୁ ଗିରଫ କରିଛି।

ପରିବାର ଲୋକେ ଅଭିଯୋଗ ମୁତାବକ, ବିଶ୍ୱଜିତ ଗତ ୧ ମାସ ଧରି ଶୃତିଙ୍କୁ ନିର୍ଯାତନା ଦେଉଥିବାରୁ ସେ ମାନସିକ ଅବସାଦରେ ରହୁଥିଲେ। ନିର୍ଯାତନା ସହି ନ ପାରି ଶୃତିଙ୍କ ମୃତ୍ୟୁ ହୋଇଛି। ଏହା ଆତ୍ମହତ୍ୟା ନୁହେଁ, ହତ୍ୟା ବୋଲି ପରିବାରବର୍ଗ ପୁଣି ଅଭିଯୋଗ କରିଛନ୍ତି।

ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ଖବରଦାତାଙ୍କୁ କହିଛନ୍ତି, ଘରୋଇ କଲେଜରେ ବିସିଏ ପଢ଼ୁଥିବା ଜଣେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ ଅନୁଯାୟୀ ଗୋଳନ୍ଥରା ପୋଲିସ ବିଶ୍ୱଜିତ ଜେନାଙ୍କ ନାମରେ ମାମଲା ରୁଜୁ କରିଛି। ପୋଲିସ ଟିମ୍‌ ଘଟଣା ସ୍ଥଳରୁ ଅନେକ ତଥ୍ୟ ସଂଗ୍ରହ କରିଛି। ସାଇଣ୍ଟିଫିକ ଟିମ୍‌ ମଧ୍ୟ ନମୁନା ସଂଗ୍ରହ କରିଛି। ହଷ୍ଟେଲରେ ରହୁଥିବା ମୃତ ଛାତ୍ରୀଙ୍କ ସହପାଠୀମାନଙ୍କ ବୟାନ ରେକର୍ଡ ହୋଇଛି। ମୃତ ଛାତ୍ରୀଙ୍କ ମୋବାଇଲ ଜବତ କରାଯାଇ ସିଡ଼ିଆର ଜରିଆରେ ତଦନ୍ତ ଚାଲିଥିବା ଏସ୍‌ପି କହିଛନ୍ତି।

ଏହି ଘଟଣାରେ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିବା ସହିତ ଘଟଣାର ନିରପେକ୍ଷ ଓ ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛି। ମନ୍ତ୍ରୀଙ୍କ ପୁତୁରା ବିଶ୍ୱଜିତ ହଷ୍ଟେଲକୁ ଆସି ଆମ୍ବୁଲାନ୍ସ ଡକାଇ ଗୁରୁତର ଅବସ୍ଥାରେ ଥିବା ଶୃତିଙ୍କୁ ହସ୍ପିଟାଲ ପଠାଇବା ବ୍ୟବସ୍ଥା କରିଥିଲେ। ସିସିଟିଭି ଫୁଟେଜ ଓ ପାରିପାର୍ଶିକ ପ୍ରମାଣ ନଷ୍ଟ ହେବା ପୂର୍ବରୁ ପୋଲିସ ଶୃତି ଓ ବିଶ୍ୱଜିତଙ୍କ କଲ ରେକର୍ଡ ଯାଞ୍ଚ କରି ନିରପେକ୍ଷ ତଦନ୍ତ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି।

ଅତୀତରେ ମନ୍ତ୍ରୀଙ୍କ ଆଉ ଜଣେ ପୁତୁରା ଜଣେ ଆଇନଜୀବୀଙ୍କୁ ଆକ୍ରମଣ କରିଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା। ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଗତ ୨ ବର୍ଷ ମଧ୍ୟରେ ଲଗାତାର ବଳାତ୍କାର, ଗଣ ବଳାତ୍କାର ଓ ହତ୍ୟା ଭଳି ଅତ୍ୟନ୍ତ ସମ୍ବେଦନଶୀଳ ଘଟଣାମାନ ଘଟି ଚାଲିଛି । ଯେତେବେଳେ ଜଣେ ପ୍ରଭାବଶାଳୀ ମନ୍ତ୍ରୀଙ୍କ ସମ୍ପର୍କୀୟଙ୍କ ଅପରାଧ କଥା ଉଠୁଛି, ସେତେବେଳେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ସାହାସ ଜୁଟାଇ ପାରୁନାହିଁ।

ବ୍ରହ୍ମପୁର ଏବଂ ଗଞ୍ଜାମ ପୋଲିସ ଜିଲାରେ ଆଇନଶୃଙ୍ଖଳା ସ୍ଥିତି ବିପନ୍ନ ହୋଇଥିବା ବେଳେ ଶାସକ ଦଳର ଚାପରେ ପୋଲିସ କାମ କରୁଥିବା ମାଳ ମାଳ ଅଭିଯୋଗ ଅଛି । ଏପରି ସ୍ଥିତିରେ ଯଦି ଠିକ ତଦନ୍ତ କରା ନ ଯାଏ, ତେବେ ରାଜରାସ୍ତାକୁ ଓହ୍ଲାଇବୁ ବୋଲି ଖବରଦାତା ସମ୍ମିଳନୀରେ ବିଜେଡି ପକ୍ଷରୁ ଚେତାବନୀ ଦିଆଯାଇଛି।

ଖବରଦାତା ସମ୍ମିଳନୀରେ ବ୍ରହ୍ମପୁରର ପୂର୍ବତନ ଏମ୍‌ପି ଚନ୍ଦ୍ରଶେଖର ସାହୁ, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୋଲସରା ପୂର୍ବତନ ବିଧାୟକ ଶ୍ରୀକାନ୍ତ ସାହୁ, ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ଭଗବାନ ଗନ୍ତାୟତ, ରଙ୍ଗେଇଲୁଣ୍ଡା ବ୍ଲକ ସଭାପତି ଅଜିତ କୁମାର ଦାଶ, ଜିଲା ପରିଷଦ ଉପାଧକ୍ଷା ଏସ.ରାଜେଶ୍ୱରୀ ଦୋରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?