ବିଭିନ୍ନ ଦାବିନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ।

ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମନମୁଖୀ କାର୍ଯ୍ୟକଳାପ ବିରୋଧରେ ନାରାବାଜି କରିଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ବ୍ୟବସ୍ଥାକୁ ଜାଣିଶୁଣି ନଷ୍ଟ କରୁଥିବା ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ସରକାର ଦେଉଥିବା ଅନୁଦାନକୁ ଚଞ୍ଚକତା କରି ହରି ଲୁଟ କରାଯାଉଥିବା ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ଏଥିରେ କିଏ ମୁହଁ ଖୋଲିଲେ ଛାତ୍ରୀଛାତ୍ରଙ୍କ ପାଠ ପଢାରେ ବାଧା ସୃଷ୍ଟି କରାଯାଉଛି। ଏପରିକି ବିଦ୍ୟାଳୟର କିଛି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦରମା ୩ ମାସ ହେଲା ଦିଆଯାଉ ନ ଥିବା ଅଭିଯୋଗ ହୋଇଛି।

ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ବିକ୍ଷୋଭ କରାଯାଉଥିବା ଶୁଣି ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁ ପଡ୍ରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରି ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ଦୀର୍ଘ ପ୍ରାୟ ୪ଘଣ୍ଟାର ଆନ୍ଦୋଳନ ବନ୍ଦ କରି ଶ୍ରେଣୀଗୃହରେ ପାଠ ପଢିଥିଲେ। ହେଲେ ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଏନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମୋବାଇଲ ନମ୍ବରରେ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri