ଛାତ୍ର ବୋହିଲେ ଜାଳେଣି କାଠ

ରୂପସା,୨୭।୨(ଡି.ଏନ.ଏ.):ବିଦ୍ୟାଳୟରେ ସରକାରୀ ନିୟମକୁ ଉଲଂଘନ। ଶିକ୍ଷକ ଭୁଲିଗଲେ ସରକାରଙ୍କ କଟକଣା। ରୋଷେଇ ପାଇଁ ଛାତ୍ରମାନେ ବିଦ୍ୟାଳୟକୁ ବୋହୁଛନ୍ତି ଜାଳେଣି କାଠ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଡିମିଚା ସରକାରୀ ପ୍ରାଥମିକ ବିଦ୍ୟାଳୟରେ।
ବିଦ୍ୟାଳୟରେ ଜଣେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଓ ଜଣେ ସହକାରୀ ଶିକ୍ଷକ ଅଛନ୍ତି। ଏଠାରେ ହଷ୍ଟେଲ ଖୋଲାଯାଇ ରାତିରେ ଛାତ୍ରୀଛାତ୍ର ରହି ପାଠ ପଢ଼ିବାର ବ୍ୟବସ୍ଥା ହୋଇଛି। ସରକାରୀ ନିୟମକୁ ଉଲଂଘନ କରି ଦାୟିତ୍ୱରେ ଥିବା ରୋଷେୟା ଏହି ବିଦ୍ୟାଳୟରେ ଦିନ ରାତି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଦ୍ୟାଳୟ ପରିସର ଅପରିଷ୍କାର ଓ ଅଳିଆ ଆବର୍ଜନମୟ ହୋଇ ଶୈକ୍ଷିକ ବାତାବରଣ ନଷ୍ଟ କରୁଥିବା ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ସତ୍ତ୍ୱେ ହଷ୍ଟେଲରେ ଥିବା ଛାତ୍ରମାନଙ୍କୁ ଜାଳେଣି କାଠ ବୋହିବାରେ ନିୟୋଜିତ କରାଯାଇଥିବା ଦେଖି ଅବିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତଦନ୍ତ ପୂର୍ବକ ଶିକ୍ଷକ ଓ ରୋଷେୟାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଗଡ଼ପଦା ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଅନିଲ କୁମାର ପାତ୍ରଙ୍କୁ ପଚରାଯିବାରୁ ସେ ଅଭିଯୋଗ ସମ୍ପର୍କରେ ତଦନ୍ତ କରି ବିଭାଗୀୟ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri