ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜୟ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍‌ ଯୋଗେଶ ଚନ୍ଦ୍ର ପଧାନ ଯୋଗଦେଇ ଚଳିତ ବର୍ଷ ଧରିତ୍ରୀ ଦିବସର ପ୍ରସଙ୍ଗ ‘ଆମ କ୍ଷମତା, ଆମ ପୃଥିବୀ’ ଉପରେ ଆଲୋଚନା କରିଥିଲେ। ଇକୋ କ୍ଲବ ଇନ୍‌ଚାର୍ଜ ଶିକ୍ଷକ ସୁବୋଧ ଭୋଇ ଧରିତ୍ରୀ ଦିବସ ପାଳନର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ଛାତ୍ରୀଛାତ୍ରମାନଙ୍କୁ ବିଦ୍ୟାଳୟକୁ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଶପଥ ପାଠ କରାଇଥିଲେ। ପ୍ରଧାନ ଶିକ୍ଷକ ମେହେର ସର୍ବଂସହା ପୃଥିବୀର ସୁରକ୍ଷା ସକାଶେ ପ୍ରାକୃତିକ ସମ୍ବଳର ଯଥୋଚିତ ବ୍ୟବହାର କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଏଥିସହ ବିଦ୍ୟାଳୟକୁ ପ୍ଲାଷ୍ଟିକମୁକ୍ତ ଅନୁଷ୍ଠାନରେ ପରିଣତ କରିବା ପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ ବୋଲି ସେ ମତପ୍ରକାଶ କରିଥିଲେ। ଏଥିରେ ବିଦ୍ୟାଳୟର ଇକୋ କ୍ଲବ, ଶକ୍ତି କ୍ଲବ ଓ ଜୁନିଅର ରେଡ୍‌କ୍ରସର ସଦସ୍ୟ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଶିକ୍ଷକ ସୁବୋଧ ଭୋଇ, ହରବଲ୍ଲଭ ପ୍ରଧାନ, ପ୍ରଭାତ କୁମାର ନାୟକ, ତରଣୀସେନ ପଧାନ, ଶିକ୍ଷୟିତ୍ରୀ ରୀନା କୁମାରୀ ମେହେର, ମେନକା ସୁନା, ସବିତା ଦେହେରୀ ଓ ପୁଷ୍ପାଙ୍ଗିନୀ ଭୁଏ ପ୍ରମୁଖ ସହଯୋଗ କରିଥିଲେ। ଜୁନିଅର୍‌ ରେଡ୍‌କ୍ରସ କାଉନସେଲର ତନୟା ଡନସନା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri