ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣା

ଛେଣ୍ଡିପଦା,୨୬ା୧୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ପଞ୍ଚାୟତ ଟାଙ୍ଗରସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାର ସମାଧାନ ହେଉ ନ ଥିବାରୁ ଶୁକ୍ରବାର ଶତାଧିକ ଛାତ୍ରୀଛାତ୍ରଙ୍କୁ ନେଇ ଅଭିବାବକ, ଗ୍ରାମବାସୀ ପ୍ରତିବାଦ କରିଛନ୍ତି। ସେମାନେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି।
ପ୍ରକାଶ ଯେ, ୧୯୬୬ ମସିହାରେ ସ୍ଥାପିତ ଟାଙ୍ଗରସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବର୍ତ୍ତମାନ ୧୬୨ ଛାତ୍ରୀଛାତ୍ର ପଢ଼ୁଛନ୍ତି। ଏଥିପାଇଁ ୭ଜଣ ଶିକ୍ଷୟିତ୍ରୀ ଶିକ୍ଷକ ନିଯୁକ୍ତ ହୋଇଥିବା ବେଳେ ୪ ମାସ ତଳୁ ୩ ଶିକ୍ଷକଙ୍କୁ ପ୍ରମୋଶନ ସହ ଅନ୍ୟତ୍ର ବଦଳି କରାଯାଇଛି। ଫଳରେ ଏହି ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ତୁରନ୍ତ ଶିକ୍ଷକ ନିଯୁକ୍ତି ଦେବା ପାଇଁ ଅଭିଭାବକମାନେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଠାରୁ ଆରମ୍ଭ କରି ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲାପାଳଙ୍କୁ ଅଭିଯୋଗ କରିଥିଲେ। ସପ୍ତାହକ ମଧ୍ୟରେ ଖାଲି ପଦବୀ ପୂରଣ କରାଯିବ ବୋଲି ପ୍ରଶାସନ ପ୍ରତିଶ୍ରୁତି ଦେଇଥିଲା। ହେଲେ ଦେଢ଼ମାସ ପରେ ବି ପ୍ରତିଶ୍ରୁତି ପାଳନ କରାଯାଇ ନାହିଁ। ଫଳରେ ବାଧ୍ୟ ହୋଇ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତ୍ରୈଲୋକ୍ୟ ସାହୁ, ଗ୍ରାମ ସଭାପତି ମହର୍ଗା ସାହୁ, ଗ୍ରାମ ସମ୍ପାଦକ ଶିବରାମ ସାହୁଙ୍କ ସମେତ ଅଭିବାବକ, ଗ୍ରାମବାସୀ ଓ ଛାତ୍ରୀଛାତ୍ର ବିଦ୍ୟାଳୟର ମୁଖ୍ୟଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ଏ ସମ୍ପର୍କରେ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ପ୍ରଭାକର ଗଡ଼ନାୟକ କହିଛନ୍ତି, ଉକ୍ତ ସ୍କୁଲରେ ୨ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri