ଅଭିନୟ ଜରିଆରେ ଗ୍ରାମାଞ୍ଚଳ ଲୋକଙ୍କୁ ଡେଙ୍ଗୁ, ମ୍ୟାଲେରିଆ ସଚେତନ କଲେ ଛାତ୍ରୀଛାତ୍ର

କେସିଙ୍ଗା,୨୧ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କମଳାକାନ୍ତ ନର୍ସିଂ ଆଣ୍ଡ୍‌ ହେଲଥ ସାଇନ କଲେଜ ପକ୍ଷରୁ ଡେଙ୍ଗୁ, ମ୍ୟାଲେରିଆ ଓ ଡାଇରିଆ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ କେସିଙ୍ଗା ବ୍ଲକ ବାଲସି ଗ୍ରାମର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କଲେଜର ଅଧ୍ୟକ୍ଷ ସତ୍ୟ ସୁନ୍ଦର ସ୍ବାଇଁଙ୍କ ନେତୃତ୍ୱରେ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ସଚେତନତା କାର୍ଯ୍ୟକ୍ରମରେ ନିଶା ନିବାରଣ, ସ୍ବାସ୍ଥ୍ୟ ପରୀକ୍ଷା, ଡେଙ୍ଗୁ, ମ୍ୟାଲେରିଆ ଓ ହଇଜା ଆଦି ବିଷୟ ଉପରେ କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱାରା ଏକ ଅଭିନୟ ପ୍ରଦର୍ଶନ କରି ଗ୍ରାମାଞ୍ଚଳର ଲୋକଙ୍କୁ ସଚେତନ କରିଥିଲେ। ଏହି ଉପଲକ୍ଷେ ସ୍ବାସ୍ଥ୍ୟ କର୍ମୀମାନେ ବାଲସି ଗ୍ରାମର ଘରକୁ ଘରୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ଏହି ସଚେତନ କାର୍ଯ୍ୟକ୍ରମରେ କଲେଜର ଋତୁ ବିଶ୍ୱାଳ, ଓମ୍‌ ପ୍ରିୟା ସାହୁ, ଆଶୁତୋଷ ଭେଜ,ଖାକନ ସେଠୀ, ମିଲନ ପାଣିଗ୍ରାହୀ, ମିରକାଶିମ ସାହା, ରାଜକୁମାର ମାଝୀ, ସୁବାସ କୁମ୍ଭାର, ଫିରୋଜ ସାହୁ ପ୍ରମୁଖ କର୍ମଚାରୀ ଏହି ସଚେତନତା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍‌…

କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

ଡେପୁଟେସନ ନୁହେଁ, ସ୍ଥାୟୀ ଶିକ୍ଷକ ଦରକାର: ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୧୬।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନ ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ସୃଷ୍ଟି ହୋଇଥିବା…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟ ସେବା: ଥୁଆମୂଳ ରାମପୁର CHCରେ ଅବ୍ୟବସ୍ଥାର ଚିତ୍ର

ଥୁଆମୂଳ ରାମପୁର, ୧୬।୩:(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତ୍ୟନ୍ତ ଦୁର୍ଗମ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର (CHC) ଏବେ ଅବ୍ୟବସ୍ଥାର ବଳୟରେ। ମେଡିକାଲ ସମ୍ମୁଖର ସୂଚନା…

ମୃତ୍ୟୁ ପରେ ଅଙ୍ଗଦାନ କରିବାକୁ ପଞ୍ଜୀକରଣ କଲେ ମହିଳା ଚାଷୀ

କର୍ଲାମୁଣ୍ଡା,୧୫ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧଅଁରାଖମନ ଗାଁର ସଫଳ ମହିଳା ଜୈବିକ ଚାଷୀ ଫାଲ୍‌ଗୁନି ଭୋଇ ( ୪୦) ଶରୀରର…

ବନ୍ଧୁକ ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହେଲେ ୧୧ ମାଓବାଦୀ, ଆବେଦନ କରି DGP କହିଲେ…

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ରିଜର୍ଭ ପୋଲିସ ପଡ଼ିଆଠାରେ ରବିବାର ଏକାସାଙ୍ଗରେ ୧୧ ଜଣ ମାଓବାଦୀ ନିଜ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ରାଜ୍ୟ…

ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ

ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri