ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିବା ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଥିଲା। ମୃତ ଛାତ୍ର ହେଲେ କୋକସରା ଥାନା ଝରିଆଗୁଡ଼ାର ସୌମ୍ୟ ରଞ୍ଜନ ସାହୁ (୧୪)।

ମିଳିଥିବା ସୂଚନା ମୁତାବକ, ଭବାନୀପାଟଣା ସହର ନିକଟ ମେଦିନୀପୁରରେ ଥିବା ଶାସ୍ତ୍ରୀଜି ଶିକ୍ଷା ନିକେତନରେ ସୌମ୍ୟ ନବମ ଶ୍ରେଣୀରେ ପଢୁଥିବା ବେଳେ ସେଠାରେ ହଷ୍ଟେଲରେ ରହୁଥିଲେ। ବୁଧବାର ମଧ୍ୟାହ୍ନରେ ହୋଲି ଖେଳ ସାରି ସାଙ୍ଗମାନଙ୍କ ସହ ସେ ନିକଟସ୍ଥ ମେଦିନୀପୁରସ୍ଥିତ ଏକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ହେଲେ ତାଙ୍କର ସବୁ ସାଙ୍ଗ ସ୍କୁଲକୁ ଫେରିଆସିଥିବାବେଳେ ସେ ଆସି ନ ଥିଲେ। ଖାଇବା ସମୟରେ ଏହା ଜଣାପଡିବା ପରେ ସ୍କୁଲ କର୍ମଚାରୀ ଉକ୍ତ ପୋଖରୀକୁ ଖୋଜିବାକୁ ଯାଇଥିଲେ।

ସେଠାରେ ଛାତ୍ର ଜଣକ ପୋଖରୀରେ ଭାସୁଥିବା ଦେଖି ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କଠାରୁ ଖବର ପାଇ ଅପରାହ୍ନରେ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ଥିଲେ। ହେଲେ ପାଣିରେ ବୁଡି ସୌମ୍ୟଙ୍କ ମୃତ୍ୟୁକୁ ପରିବାର ଲୋକେ ଗ୍ରହଣ କରୁ ନ ଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ ଆଣିଛନ୍ତି।

ହଷ୍ଟେଲରେ ପାଣିର ସୁବିଧା ଥିବାବେଳେ କାହିଁକି ସୌମ୍ୟଙ୍କୁ ପୋଖରୀକୁ ଛଡାଗଲା ବୋଲି ସେମାନେ ପ୍ରଶ୍ନ ଉଠାଇଛନ୍ତି। ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଏପରି ହୋଇଛି ଓ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ମୃତକଙ୍କ ବାପା ଧନୁ ସାହୁ, ଅଜା ଶିବ ଶଙ୍କର ସାହୁ ଦାବି କରି ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସଦର ଥାନା ପୋଲିସ ଏକ ମାମଲା (ନଂ.୯୧/୨୬) ରୁଜୁ କରି ତଦନ୍ତ ଚଳାଇଥିବା ସ୍ଥାନୀୟ ଏସ୍‌ଡିପିଓ ନରେଶ ପଧାନ ସୂଚନା ଦେଇଛନ୍ତି। ଗୁରୁବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri