ପାଠପଢ଼ାରୁ ବଞ୍ଚିତ ଛାତ୍ରୀଛାତ୍ର

ଲାଞ୍ଜିଗଡ଼,୯ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଭଟାଙ୍ଗପଦର ପଞ୍ଚାୟତ ଅନ୍ତର୍ଗତ ପରାବାହାଲି ଗାଁରେ ପାଠ ପଢିବାକୁ ଇଚ୍ଛା ଥିଲେ ମଧ୍ୟ ୧୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଏଥିରୁ ବଞ୍ଚିତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଉକ୍ତ ଗାଁରେ ଆଦିବାସୀ ସମ୍ପ୍ରଦାୟର ୨୦ ପରିବାର ବସବାସ କରନ୍ତି। ଗାଁରେ ପାଠ ପଢିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ବଣପାହାଡ଼ ଘେରା ରାସ୍ତାରେ ପିଲାମାନେ ୪କି.ମି. ଦୂର ଆମପଦର ଗାଁ ପ୍ରାଥମିକ ବିଦ୍ୟାଳୟକୁ ଯାଇଥାନ୍ତି। କିନ୍ତୁ ସେଠାରେ ପ୍ରଥମରୁ ପଞ୍ଚମଶ୍ରେଣୀ ପର୍ଯ୍ୟନ୍ତ ରହିଥିବାରୁ ଛାତ୍ରୀଛାତ୍ରଙ୍କ ଆଗକୁ ପାଠ ପଢ଼ିବାରେ ବ୍ୟାଘାତ ସୃଷ୍ଟି ହେଉଛି। ଗାଁର ଛାତ୍ରୀଛାତ୍ର ଷଷ୍ଠ ଶ୍ରେଣୀରେ ନାମ ଲେଖାଇବା ପାଇଁ ଭଟାଙ୍ଗପଦର ଓ କାଉଗୁଡା ଆବାସିକ ବିଦ୍ୟାଳୟକୁ ଯାଇଥିଲେ ମଧ୍ୟ ନାମଲେଖା ସମ୍ପୂର୍ଣ୍ଣ ହୋଇସାରିଛି, ଆଉ ଲେଖାଯାଇପାରିବ ନାହିଁ ବୋଲି ମନା କରିଦେବାରୁ ଆମେ ଫେରି ଆସିଲୁ ବୋଲି ଛାତ୍ରୀଛାତ୍ରଙ୍କ ସହିତ ସେମାନଙ୍କ ଅଭିଭାବକ ମତପ୍ରକାଶ କରିଛନ୍ତି।

ପ୍ରଶାସନ ତୁରନ୍ତ ଏହାର ତଦନ୍ତ କରି ପିଲାଙ୍କୁ ପାଠ ପଢ଼ାଇବା ବ୍ୟବସ୍ଥା କରିବା ପାଇଁ ଗ୍ରାମବାସୀ ଅନୁରୋଧ କରିଛନ୍ତି । ଏ ନେଇ ଲାଞ୍ଜିଗଡ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଷିଆ ମେହେରଙ୍କୁ ପଚାରିବାରୁ ସେ ଅଞ୍ଚଳକୁ ପରିଦର୍ଶନ କରିଥିଲି। ଅଧାରୁ ପାଠ ଛାଡିଥିବା କିଛି ଛାତ୍ରୀଛାତ୍ରଙ୍କୁ ଚିହ୍ନଟ କରି ଆବାସିକ ବିଦ୍ୟାଳୟରେ ନାମ ଲେଖାସରିଛି। ଏହାଛଡା ବ୍ଲକରେ ସର୍ଭେ କରାଯାଇ ଯେଉଁ ଛାତ୍ରୀଛାତ୍ର ଅଧାରୁ ପାଠପଢା ଛାଡିଛନ୍ତି ଆସ ସ୍କୁଲ ଯିବା ଅଭିଯାନରେ ସମସ୍ତଙ୍କୁ ବିଦ୍ୟାଳୟରେ ନାମ ଲେଖାଇବୁ ବୋଲି ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri