ମଧ୍ୟାହ୍ନଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ସ୍ବାଭାବିକ ହେଲା ବିଦ୍ୟାଳୟ, ପାଠପଢ଼ାକୁ ଫେରିଲେ ପିଲା

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ମଧ୍ୟାହ୍ନଭୋଜନ ଖାଇ ୩୬ ଜଣ ଅସୁସ୍ଥ ଘଟଣା ପରେ ସୋମବାର ବିଦ୍ୟାଳୟ ଖୋଲିବା ପରେ ଏକ ପ୍ରକାର ଅଶାନ୍ତିର ବାତାବରଣ ସୃଷ୍ଟି ହୋଇଥିଲା। ଫଳରେ ସେହିଦିନ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବାଧା ସୃଷ୍ଟି ହେବା ସହ ମଧ୍ୟାହ୍ନଭୋଜନ ଖାଇବାରୁ ଶହେ ଛାତ୍ରୀଛାତ୍ର ବଞ୍ଚିତ ହୋଇଥିଲେ। ବିଦ୍ୟାଳୟକୁ ତଦନ୍ତରେ ଆସିଥିବା ଶିକ୍ଷା ବିଭାଗର ଅଧିକାରୀମାନେ ମଧ୍ୟ ସ୍ଥାନୀୟ ଲୋକଙ୍କ ରୋଷର ଶିକାର ହୋଇଥିଲେ। ଘଟଣା ଘଟିବା ପରେ ମଙ୍ଗଳବାରଠାରୁ ଛାତ୍ରୀଛାତ୍ରଙ୍କ ବିଦ୍ୟାଳୟ ଆସିବା ସଂଖ୍ୟା ବୃଦ୍ଧି ପାଉଛି। ବୁଧବାର ୨୬୪ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମାତ୍ର ୬୪ ଛାତ୍ରୀଛାତ୍ର ଅନୁପସ୍ଥିତ ଥିଲେ। ବିଦ୍ୟାଳୟ ପରିଚାଳନା କମିଟି ଓ ବିଦ୍ୟାଳୟର ପୁରାତନ ଛାତ୍ରଙ୍କୁ ପ୍ରଧାନଶିକ୍ଷକ ବିଦେଶୀ ନାୟକ ଡକାଇ ପୃଥକ୍‌ ପୃଥକ୍‌ ୨ଟି ବୈଠକ କରାଇଥିଲେ। ଏଥିରେ ମଧ୍ୟାହ୍ନଭୋଜନରେ ସ୍ବଚ୍ଛତାକୁ ନେଇ ଗୁରୁତ୍ୱ ଦିଆଯିବା ସହ ବୈଠକରେ ବିବାଦୀୟ ମଧ୍ୟାହ୍ନଭୋଜନ ରନ୍ଧନ, ବଣ୍ଟନ ପ୍ରକ୍ରିୟାରେ ପ୍ରଧାନ ଶିକ୍ଷକଙ୍କ ତରଫରୁ ଯଥାସମ୍ଭବ ପ୍ରାକ୍‌ ସତର୍କତା ଅବଲମ୍ବନ କରାଯାଇଥିବା ସମସ୍ତ ଉପସ୍ଥିତ ସଭ୍ୟ ସଭ୍ୟା ହୃଦ୍‌ବୋଧ କରିଥିଲେ। ଶିକ୍ଷୟିତ୍ରୀମାନେ ମଧ୍ୟ ସମସ୍ତ ସହଯୋଗ କରୁଥିବା ଅନୁଭବ କରିଥିଲେ। ଫଳରେ ଏଣିକି ବିଦ୍ୟାଳୟକୁ ଆହୁରି ଉତ୍ତମ ଭାବେ ଚଳାଇବାକୁ ଅଭିଭାବକମାନେ ନିଜ ମତ ପ୍ରକାଶ କରିଥିଲେ। ସେହିପରି ପୁରାତନ ଛାତ୍ରଙ୍କୁ ନେଇ ବୈଠକରେ ମଧ୍ୟ ଶୌଚାଳୟ ମରାମତି ଓ ବିଦ୍ୟାଳୟର ଅନୁସାଙ୍ଗିକ ବ୍ୟବସ୍ଥା, କମ୍ପ୍ୟୁଟର ଶିକ୍ଷା ବ୍ୟବସ୍ଥା ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ସେହିପରି ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ହାଉସ ଡ୍ରେସ୍‌ ବଣ୍ଟନ କରାଯାଉଥିଲା ଏବଂ ଜିଲା ପ୍ରଶାସନର କୌଣସି ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ଦାୟିତ୍ୱ ପୂର୍ବ ଏସ୍‌ଏଚ୍‌ଜିଙ୍କୁ ଛାଡ଼ି ପ୍ରଧାନ ଶିକ୍ଷକ ହିଁ ଦାୟିତ୍ୱରେ ରହିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri