ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ ନେଇ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ:୩୯୦ ଛାତ୍ରୀଛାତ୍ର ବୁଲିଲେ …

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ ସକାଶେ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ , ରସାନନ୍ଦ ଘଡେଇ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟର ୩୯୦ ଛାତ୍ରୀଛାତ୍ର ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରି ଫେରିଥିଲେ। ୧୬ ଜଣ ସିଆରସିସି, ୪୪ ଜଣ ଗାଇଡ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ୯ ଟି ସ୍ବତନ୍ତ୍ର ବସ୍‌ ଯୋଗେ ବ୍ରହ୍ମପୁର ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର , ଗୋପାଳପୁରର ଭାରତୀୟ ଜୀବ ବିଜ୍ଞାନ ସର୍ବେକ୍ଷଣ ସଂସ୍ଥା , ଭାରତୀୟ ପାଣିପାଗ ଗବେଷଣା ସଂସ୍ଥା ଏବଂ ଗୋପାଳପୁର ସମୁଦ୍ର ପରିଭ୍ରମଣ କରାଯାଇଥିଲା । ଏହି ପରିଭ୍ରମଣ ସମୟରେ ଗୋପାଳପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟକର୍ତ୍ତା ବୃନ୍ଦ ସହଯୋଗ କରିଥିଲେ । ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କର୍ମକର୍ତ୍ତା ବୃନ୍ଦ ଏବଂ ରଙ୍ଗେଇଲୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କାର୍ଯ୍ୟକର୍ତ୍ତା ବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri