ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ ନେଇ ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ:୩୯୦ ଛାତ୍ରୀଛାତ୍ର ବୁଲିଲେ …

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ବୈଜ୍ଞାନିକ ମନୋବୃତ୍ତି ଦୃଢିକରଣ ସକାଶେ ଶୈକ୍ଷିକ ପରିଭ୍ରମଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଏବଂ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ବାଳା ମାଝୀ , ସହଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ , ରସାନନ୍ଦ ଘଡେଇ, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକ ଅଧୀନ ବିଭିନ୍ନ ବିଦ୍ୟାଳୟର ୩୯୦ ଛାତ୍ରୀଛାତ୍ର ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରି ଫେରିଥିଲେ। ୧୬ ଜଣ ସିଆରସିସି, ୪୪ ଜଣ ଗାଇଡ ଶିକ୍ଷକ ଛାତ୍ରୀଛାତ୍ରଙ୍କୁ ୯ ଟି ସ୍ବତନ୍ତ୍ର ବସ୍‌ ଯୋଗେ ବ୍ରହ୍ମପୁର ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର , ଗୋପାଳପୁରର ଭାରତୀୟ ଜୀବ ବିଜ୍ଞାନ ସର୍ବେକ୍ଷଣ ସଂସ୍ଥା , ଭାରତୀୟ ପାଣିପାଗ ଗବେଷଣା ସଂସ୍ଥା ଏବଂ ଗୋପାଳପୁର ସମୁଦ୍ର ପରିଭ୍ରମଣ କରାଯାଇଥିଲା । ଏହି ପରିଭ୍ରମଣ ସମୟରେ ଗୋପାଳପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଏବଂ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟକର୍ତ୍ତା ବୃନ୍ଦ ସହଯୋଗ କରିଥିଲେ । ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କର୍ମକର୍ତ୍ତା ବୃନ୍ଦ ଏବଂ ରଙ୍ଗେଇଲୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର କାର୍ଯ୍ୟକର୍ତ୍ତା ବୃନ୍ଦ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri