Posted inଜାତୀୟ

NCC କ୍ୟାମ୍ପରେ ଛାତ୍ରୀଛାତ୍ରଙ୍କୁ ନମାଜ ପଢିବାକୁ ବାଧ୍ୟ କରିବା ଅଭିଯୋଗ, ୭ ଶିକ୍ଷକଙ୍କ ବିରୁଦ୍ଧରେ ମାମଲା

ଛତିଶଗଡ଼,୨୭ା୪: ବିଲାସପୁର ଜିଲାରେ ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର କେତେକ ଛାତ୍ରଛାତ୍ରୀଙ୍କୁ NCC ଶିବିର ସମୟରେ ନମାଜ ପଢିବାକୁ ବାଧ୍ୟ କରାଯାଇଥିବା ଅଭିଯୋଗରେ ଶନିବାର ୭ ଜଣ ଶିକ୍ଷକ ସମେତ ୮ ଜଣଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଛି।

କୋଟା ଥାନା ଅଧୀନ ଶିବତରାଇ ଗାଁରେ ମାର୍ଚ୍ଚ ୨୬ରୁ ଏପ୍ରିଲ ୧ ମଧ୍ୟରେ ଆୟୋଜିତ ଏହି ଶିବିରରେ ୧୫୯ ଜଣ ଛାତ୍ରଛାତ୍ରୀଙ୍କୁ ନମାଜ ପଢିବାକୁ ବାଧ୍ୟ କରାଯାଇଥିଲା, ଯଦିଓ ସେମାନଙ୍କ ମଧ୍ୟରୁ କେବଳ ୪ ଜଣ ମୁସଲମାନ ଥିଲେ ବୋଲି ଅଧିକାରୀ କହିଛନ୍ତି।

ଛାତ୍ରଛାତ୍ରୀମାନେ ଫେରିବା ପରେ ବିରୋଧ ପ୍ରଦର୍ଶନ କରିଥିଲେ, ଏହାପରେ ଦକ୍ଷିଣପନ୍ଥୀ ସଂଗଠନମାନେ ମଧ୍ୟ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆନ୍ଦୋଳନ କରିଥିଲେ। ଏହାକୁ ନେଇ ଏକ ତଦନ୍ତ ଆରମ୍ଭ ହୋଇଥିଲା।

ଘଟଣାଟି ମାର୍ଚ୍ଚ ୩୧ ତାରିଖରେ ଘଟିଥିଲା। ବିଲାସପୁରର ବରିଷ୍ଠ ପୁଲିସ ଅଧୀକ୍ଷକ ରାଜନେଶ ସିଂହ ଏହି ମାମଲାର ତଦନ୍ତ ପାଇଁ ସିଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୁଲିସ (କୋଟୱାଲି) ଅକ୍ଷୟ ସାବାଦ୍ରାଙ୍କ ନେତୃତ୍ୱରେ ଏକ ଚାରି ସଦସ୍ୟ ବିଶିଷ୍ଟ କମିଟି ଗଠନ କରିଥିଲେ। ତଦନ୍ତ ରିପୋର୍ଟ SSPଙ୍କୁ ଦାଖଲ ହେବା ପରେ ଶନିବାର ଦିନ ମାମଲା ରୁଜୁ ହୋଇଛି।

ଗୁରୁ ଘାସୀଦାସ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଶିକ୍ଷକ ଦିଲୀପ ଝା, ମଧୁଲିକା ସିଂହ, ଜ୍ୟୋତି ବର୍ମା, ନୀରଜ କୁମାରୀ, ପ୍ରଶାନ୍ତ ବୈଷ୍ଣବ, ସୂର୍ୟଭାନ ସିଂହ ଏବଂ ବସନ୍ତ କୁମାର ଏବଂ ଟିମ କୋର ଲିଡର-ତଥା-ଛାତ୍ର ଆୟୁଷ୍ମାନ ଚୌଧୁରୀଙ୍କ ବିରୁଦ୍ଧରେ ଭାରତୀୟ ନ୍ୟାୟ ସଂହିତା (BNS)ର ଧାରା ୧୯୬ (b), ୧୯୭ (୧) (b) (c), ୨୯୯, ୩୦୨, ୧୯୦ ଏବଂ ଛତିଶଗଡ଼ ଧାର୍ମିକ ସ୍ୱାଧୀନତା ଆଇନର ଧାରା ୪ ଅନୁଯାୟୀ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri