ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ

ମହାକାଳପଡ଼ା,୧ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଜଣେ ଦଶମ ପାସ୍‌ କରିଥିବା ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ ବୋଲି ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁସାରେ, ସ୍ଥାନୀୟ ବାବର ଗ୍ରାମର କଣ୍ଠେଶ୍ୱର ସ୍ବାଇଁଙ୍କ ପୁଅ ଟାଇଟନ୍‌ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପାସ୍‌ କରିଥିଲେ। ତେବେ ମାଟ୍ରିକ ପାସ୍‌ ପ୍ରମାଣପତ୍ରରେ ଛାତ୍ରଙ୍କ ପିତାଙ୍କ ନାମ ତ୍ରୁଟି ଥିବା ଦେଖିବାକୁ ମିଳିଛି। ମାଟ୍ରିକ ଫର୍ମ ପୂରଣ ବେଳେ ପିତାଙ୍କ ନାମ ତ୍ରୁଟି ଥିବାରୁ ଛାତ୍ର ଜଣକ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରିଥିଲେ। କିନ୍ତୁ ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଛାତ୍ରଙ୍କ ମାଟ୍ରିକ ପ୍ରମାଣପତ୍ରରେ ପିତାଙ୍କ ନାମ ତ୍ରୁଟି ଥିବାରୁ କଲେଜରେ ନାମ ଲେଖାଇବାକୁ ସମସ୍ୟା ଦେଖାଦେବ ବୋଲି ଅଭିଯୋଗ କରିଛନ୍ତି ଛାତ୍ରଙ୍କ ବାପା କଣ୍ଠେଶ୍ୱର। ପରିବାର ଲୋକମାନେ ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଚଳିତବର୍ଷ ଯୁକ୍ତ୨ ନାମ ଲେଖା ଅଗଷ୍ଟ ୧୦ ତାରିଖରେ ଶେଷ ହେବ। ତେବେ ଏହି ଛାତ୍ରଙ୍କ ପ୍ରମାଣପତ୍ର ତ୍ରୁଟି ନ ସୁଧୁରିଲେ ଆଗାମୀ ଏକ ବର୍ଷ ବରବାଦ ହେବ ବୋଲି କୁହାଯାଇଛି। ଏ ସମ୍ପର୍କରେ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାବାଜୀ ମହାରଣାଙ୍କୁ ପଚାରିବାରେ ଉକ୍ତ ଛାତ୍ରଙ୍କ ପ୍ରମାଣପତ୍ରରେ ତ୍ରୁଟି ଥିବା ସ୍ବୀକାର କରିବା ସହ ସଂଶୋଧନ ପାଇଁ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri