ମାଟ୍ରିକ ପ୍ରମାଣପତ୍ରରେ ତ୍ରୁଟି, ଅନ୍ଧାରରେ ଛାତ୍ରଙ୍କ ଭବିଷ୍ୟତ

ମହାକାଳପଡ଼ା,୧ା୮ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଗୋଗୁଆ ପଞ୍ଚାୟତ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଜଣେ ଦଶମ ପାସ୍‌ କରିଥିବା ଛାତ୍ରଙ୍କ ଭବିଷ୍ୟତ ଅନ୍ଧାର ହୋଇଯିବ ବୋଲି ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁସାରେ, ସ୍ଥାନୀୟ ବାବର ଗ୍ରାମର କଣ୍ଠେଶ୍ୱର ସ୍ବାଇଁଙ୍କ ପୁଅ ଟାଇଟନ୍‌ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପାସ୍‌ କରିଥିଲେ। ତେବେ ମାଟ୍ରିକ ପାସ୍‌ ପ୍ରମାଣପତ୍ରରେ ଛାତ୍ରଙ୍କ ପିତାଙ୍କ ନାମ ତ୍ରୁଟି ଥିବା ଦେଖିବାକୁ ମିଳିଛି। ମାଟ୍ରିକ ଫର୍ମ ପୂରଣ ବେଳେ ପିତାଙ୍କ ନାମ ତ୍ରୁଟି ଥିବାରୁ ଛାତ୍ର ଜଣକ ପ୍ରଧାନ ଶିକ୍ଷକଙ୍କୁ ଅବଗତ କରିଥିଲେ। କିନ୍ତୁ ପ୍ରଧାନ ଶିକ୍ଷକଙ୍କ ଦାୟିତ୍ୱହୀନତା ଯୋଗୁ ଛାତ୍ରଙ୍କ ମାଟ୍ରିକ ପ୍ରମାଣପତ୍ରରେ ପିତାଙ୍କ ନାମ ତ୍ରୁଟି ଥିବାରୁ କଲେଜରେ ନାମ ଲେଖାଇବାକୁ ସମସ୍ୟା ଦେଖାଦେବ ବୋଲି ଅଭିଯୋଗ କରିଛନ୍ତି ଛାତ୍ରଙ୍କ ବାପା କଣ୍ଠେଶ୍ୱର। ପରିବାର ଲୋକମାନେ ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଚଳିତବର୍ଷ ଯୁକ୍ତ୨ ନାମ ଲେଖା ଅଗଷ୍ଟ ୧୦ ତାରିଖରେ ଶେଷ ହେବ। ତେବେ ଏହି ଛାତ୍ରଙ୍କ ପ୍ରମାଣପତ୍ର ତ୍ରୁଟି ନ ସୁଧୁରିଲେ ଆଗାମୀ ଏକ ବର୍ଷ ବରବାଦ ହେବ ବୋଲି କୁହାଯାଇଛି। ଏ ସମ୍ପର୍କରେ ରାହାମାସ୍ଥିତ ଠାକୁର ନିଗମାନନ୍ଦ ନୋଡାଲ ଉଚ୍ଚ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବାବାଜୀ ମହାରଣାଙ୍କୁ ପଚାରିବାରେ ଉକ୍ତ ଛାତ୍ରଙ୍କ ପ୍ରମାଣପତ୍ରରେ ତ୍ରୁଟି ଥିବା ସ୍ବୀକାର କରିବା ସହ ସଂଶୋଧନ ପାଇଁ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

୭୫ ବର୍ଷ ପରେ ଘଟିଲା ଏମିତି: ଏସିଆନ ଗେମ୍ସରେ ଚମତ୍କାର କଲା ଭାରତୀୟ ମହିଳା ଟିମ୍‌

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସିଆନ ଗେମ୍ସରେ ଭାରତ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ତୀରନ୍ଦାଜୀର ମହିଳା ରିକର୍ଭ ଟିମ ଫାଇନାଲରେ ଶକ୍ତିଶାଳୀ ଦକ୍ଷିଣ କୋରିଆକୁ ୫-୩ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?