ଜିଲା ଦାବି ଆନ୍ଦୋଳନରେ ସାମିଲ ହେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ଘୁମୁସର ଜିଲା ଦାବି ଆନ୍ଦୋଳନ ୧୯୯୩ରୁ ଆରମ୍ଭ ହୋଇଛି। ଏହା ବର୍ତ୍ତମାନ ସୁଧା ଚାଲିଛି। କିନ୍ତୁ ସରକାର ଦାବି ପ୍ରତି ଗୁରୁତ୍ୱ ଦେଉ ନ ଥିବାବେଳେ ସୋମବାର ଘୁମୁସର ବାହିନୀ ପକ୍ଷରୁ ଜଗନ୍ନାଥପ୍ରସାଦ ବ୍ଲକ କଳିଙ୍ଗପଦର ଅଚ୍ୟୁତାନନ୍ଦ ଆଶ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ଘୁମୁସର ଜିଲା ଦାବି ଉପରେ ଆନ୍ଦୋଳନ ହୋଇଥିଲା।

ଛାତ୍ରୀଛାତ୍ରମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୨୬୦ ଖୋଲା ଚିଠି ଲେଖିଥିଲେ। ଘୁମୁସର ବାହିନୀର ଜଗନ୍ନାଥପ୍ରସାଦ ବ୍ଲକ କର୍ମକର୍ତ୍ତା କେଶବ ବାରିକ ଏବଂ ଭଞ୍ଜନଗରର ଅରକ୍ଷିତ ପରିଛାଙ୍କନେତୃତ୍ୱରେ ଏହି ଆନ୍ଦୋଳନ ହୋଇଥିଲା।

ଘୁମୁସର ଜିଲା ଦାବି କ୍ରିୟାନୁଷ୍ଠାନ କମିଟି ଏବଂ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ମିଳିତ ଭାବେ ସୋମବାର ଘୁମୁସର ଜିଲା ଦାବି ଆନ୍ଦୋଳନ ଇତିହାସ ପୁସ୍ତିକା ଉନ୍ମୋଚିତ ହୋଇଯାଇଛି। ଏହାକୁ ଉପଜିଲାପାଳ ଜ୍ୟୋତି ରଞ୍ଜନ ରାୟ ଉନ୍ମୋଚିତ କରିଥିଲେ। ପୁସ୍ତକରେ ୧୯୯୩ରୁ ୨୦୧୦ ପର୍ଯ୍ୟନ୍ତ ଘୁମୁସର ଜିଲା ଘୋଷଣା ପାଇଁ ଆନ୍ଦୋଳନ ଉପରେ ପୁସ୍ତକରେ ଲେଖାଯାଇଛି। ପୁସ୍ତକ ଉନ୍ମୋଚନ ସମୟରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୌରୀ ଶଙ୍କର ଶତପଥୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ପୁସ୍ତକର ସଂକଳକ ବରିଷ୍ଠ ଆଇନଜୀବୀ ସୋମନାଥ ନାୟକ ଏବଂ ବରିଷ୍ଠ ନାଗରିକ ମଞ୍ଚର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri