ବିଇଓଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି

ତିହିଡି଼,୧୬।୧୨(ସଞ୍ଜିତ ବଳ):ତିହିଡି଼ ବ୍ଲକ ବାରସର ପଞ୍ଚାୟତ ଅଧୀନ ତଳଦପା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ର ଓ ଅଭିଭାବକମାନେ ମଙ୍ଗଳବାର ପୂର୍ବାହ୍ନରେ ତିହିଡି଼ସ୍ଥିତ ବ୍ଲକ ଶିକ୍ଷାଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣା ଦେଇଛନ୍ତି । ସ୍କୁଲରେ ବେଆଇନ ଭାବେ ନିଯୁକ୍ତ ପାଚିକାଙ୍କୁ ବହିଷ୍କାର, ପ୍ରଧାନଶିକ୍ଷକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ସ୍କୁଲରେ ଶିକ୍ଷାଦାନର ସୁପରିଚାଳନା ପାଇଁ ଶିକ୍ଷକ ନିଯୁକ୍ତି ଦାବିରେ ଏହି ଧାରଣା ଦିଆଯାଇଥିବା ଜଣାଯାଇଛି । ପ୍ରକାଶ ଯେ ତଳଦପା ପ୍ରାଥମିକ ସ୍କୁଲରେ ନିଯୁକ୍ତି ପାଇଥିବା ପାଚିକାଙ୍କୁ କେତେକ ଗ୍ରାମବାସୀ ବିରୋଧ କରି ଆସୁଛନ୍ତିl ସ୍କୁଲର ପ୍ରଧାନଶିକ୍ଷକ ତାଙ୍କୁ ବେଆଇନ ଭାବେ ନିଯୁକ୍ତି ଦେଇଥିବା ସେମାନେ ବିଇଓଙ୍କ ନିକଟରେ ଅଭିଯୋଗ କରି ତୁରନ୍ତ ସେହି ପାଚିକାଙ୍କ ବହିଷ୍କାର କରିବାକୁ କିଛିଦିନ ପୂର୍ବେ କେତେକ ଗ୍ରାମବାସୀ ଦାବି କରିଥିଲେ। ପରେ ଏହି ଘଟଣାକୁ କେନ୍ଦ୍ରକରି ସ୍କୁଲରେ ପ୍ରଧାନଶିକ୍ଷକ ଓ କେତେକ ଗ୍ରାମବାସୀ ମୁହାଁମୁହିଁ ହୋଇଥିଲେ l ଏ ସମ୍ପର୍କରେ ଉଭୟ ପକ୍ଷରୁ ପୀରହାଟ ଥାନାରେ ମଧ୍ୟ ଅଭିଯୋଗ କରାଯାଇଥିଲା । ତେବେ ଗଣ୍ଡଗୋଳ ହେବା ପରଠାରୁ ସ୍କୁଲରେ କାର୍ଯ୍ୟରତ ପ୍ରଧାନଶିକ୍ଷକଙ୍କ ସମେତ ୩ ଜଣ ଶିକ୍ଷକ ସ୍କୁଲକୁ ଯାଉ ନଥିବା ବେଳେ ତାଙ୍କ ସ୍ଥାନରେ ଅନ୍ୟ ୨ଜଣ ଶିକ୍ଷକ ଶିକ୍ଷାଦାନ କରୁଥିବା ଜଣାଯାଇଛି । ତେବେ ସ୍କୁଲକୁ ଶୈକ୍ଷିକ ବାତାବରଣ ଫେରି ନଥିବା ବେଳେ ବିଇଓଙ୍କ ସାମ୍ନାରେ ଦିଆଯାଇଥିବା ଧାରଣା ପରିସ୍ଥିତିକୁ ଜଟିଳ କରିଛି l

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri