ମହୁଲଗଛରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଛେଣ୍ଡିପଦା,୨୨।୪(ସ୍ବ.ପ୍ର.)

ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ସାପୋଇସାହିସ୍ଥିତ କଢିବୁରୀ ନିକଟ ଏକ ମହୁଲ ଗଛରୁ ଗୁରୁବାର ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ ଛାତ୍ର ଜଣକ ହେଲେ ଛେଣ୍ଡିପଦା ବାପୁଜୀ ମହାବିଦ୍ୟାଳୟର ପ୍ରଥମବର୍ଷ ଛାତ୍ର ବିବେକାନନ୍ଦ ସାହୁ। ତେବେ ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକେ ଏ ନେଇ ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ପଞ୍ଚନାମା ବେଳେ ମୃତକଙ୍କ ପକେଟରୁ ଏକ ସୁଇସାଇଡ୍‌ ନୋଟ୍‌ ମିଳିଛି। ତାହାକୁ ପୋଲିସ ଜବତ କରିବା ସହ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବା ସୂଚନା ମିଳିଛି।
ଘଟଣାରୁ ପ୍ରକାଶ, ଛେଣ୍ଡିପଦା ଥାନା ବରପଦା ଗ୍ରାମର ଡିଲେଶ୍ବର ସାହୁଙ୍କ ପୁଅ ବିବେକାନନ୍ଦ ବାପୁଜୀ ମହାବିଦ୍ୟାଳୟର ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ର। ସେ ମହାବିଦ୍ୟାଳୟ ନିକଟସ୍ଥ ଏକ ଘରୋଇ ହଷ୍ଟେଲରେ ରହି ପଢୁଥିଲେ। ସକାଳେ ଉକ୍ତ ହଷ୍ଟେଲ ପଛପାଖରୁ ୨୦୦ ମିଟର ଦୂର କଡିବୁରୀର ଏକ ମହୁଲ ଗଛରେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା କେତେଜଣ ମହୁଲ ଗୋଟାଳି ଦେଖି ହଷ୍ଟେଲ ମାଲିକଙ୍କୁ ଖବର ଦେଇଥିଲେ। ହଷ୍ଟେଲ ମାଲିକ ପରିବାର ଲୋକଙ୍କୁ ଓ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ପୁଅର ଝୁଲନ୍ତା ମୃତଦେହ ଦେଖିବା ପରେ କେହି ମାରି ଝୁଲାଇ ଦେଇଥିବା ଥାନାରେ ଲିଖିତ ଅଭିଯୋଗ କରିବା ସହ ସାଇଣ୍ଟିଫିକ ଟିମ୍‌ ଜରିଆରେ ତଦନ୍ତ କରିବାକୁ ଦାବି କରିଥିଲେ। ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଡକାଇ ଘଟଣାସ୍ଥଳରେ ତଦନ୍ତ କରିଥିଲା। ଏଥିସହ ବିବେକାନନ୍ଦଙ୍କ ପକେଟରୁ ଏକ ସୁଇସାଇଡାଲ ନୋଟ ପୋଲିସ ଜବତ କରିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡିବ ବୋଲି ଥାନା ଅଧିକାରୀ ଧିରେନ କୁମାର ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri