ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି। ଛାତ୍ରୀ ଜଣକ ହେଲେ ବୁଗୁଡା ଥାନା ଅନ୍ତର୍ଗତ ଘୋଡ଼ାପଡ଼ା ଗ୍ରାମର ସ୍ବର୍ଗତ ଗଣେଶ ଭୋଳଙ୍କ ଝିଅ ଶ୍ରୀତି ଭୋଳ (୨୦)। ସେ ଉକ୍ତ ହଷ୍ଟେଲରେ ରହି ବିସିଏ ଦ୍ୱିତୀୟ ବର୍ଷରେ ଅଧ୍ୟୟନ କରୁଥିବା ଜଣାପଡିଛି। ଏନେଇ ଜାଣିିବା ପରେ ବ୍ରହ୍ମପୁର ଏସ୍‌ପି ଘଟଣାସ୍ଥଳ ପରିଦର୍ଶନ କରି କଲେଜ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି।
ଖବରରୁ ଜଣାପଡ଼ିଛି, ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋଳନ୍ଥରାସ୍ଥିତ ଗାନ୍ଧୀ କଲେଜରେ ଶ୍ରୀତି ଓ ତାଙ୍କ ଭଉଣୀ ଜ୍ୟୋତି ଭୋଳ ଅଧ୍ୟୟନ କରୁଥିଲେ। ଦୁଇଭଉଣୀ ହଷ୍ଟେଲରେ ଅନ୍ୟ ୫ ଜଣ ସାଙ୍ଗଙ୍କ ସହ ରହୁଥିଲେ। ଶନିବାର ସକାଳେ ରୁମ୍‌ ପାର୍ଶ୍ୱରେ ଥିବା ଏକ ରୁମରେ ଶ୍ରୀତି ସିଲିଂ ଫ୍ୟାନରେ ବେକରେ ଏକ ଲୁଗା ବାନ୍ଧି ଝୁଲି ପଡ଼ିଥିବା ଦେଖିତ୍ବାକୁ ମିଳିଥିଲା। ତୁରନ୍ତ ଏ ସମ୍ପର୍କରେ ଜ୍ୟୋତି ସହପାଠୀ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଶ୍ରୀତିଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳକୁ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ ଓ ଗୋଳନ୍ଥରା ପୋଲିସ ପହଞ୍ଚତ୍ ତଦନ୍ତ କରିଛନ୍ତି। ଏସ୍‌ପି ଶ୍ରୀତିଙ୍କ ସହପାଠୀ ଓ କଲେଜ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ପହଞ୍ଚତ୍ ପାରିପାର୍ଶ୍ୱିକ ସ୍ଥିତି ଅନୁଧ୍ୟାନ କରି ନମୁନା ସଂଗ୍ରହ କରିଛି। ପୋଲିସ ଏକ ଲାପଟପ୍‌ ଓ ମୋବାଇଲ ଫୋନ ଜବତ କରିଛି। ଏନେଇ ଶ୍ରୀତିଙ୍କ ମାମୁ ମଙ୍ଗୁଳୁ ପ୍ରଧାନ ଗୋଳନ୍ଥରା ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଭାଣିଜୀଙ୍କୁ ଜଣେ ପୁରୁଷବନ୍ଧୁ ଭଲ ପାଉଥିଲେ। ତାଙ୍କୁ ସେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ଏଥିଲାଗି ଶ୍ରୀତିଙ୍କ ମୃତ୍ୟୁ ହୋଇଥିବା ମଙ୍ଗୁଳୁ ଏତଲାରେ ଉଲ୍ଲେଖ କରିଛନ୍ତି। ଏହାକୁ ଭିତ୍ତିକରି ପୋଲିସ ନଂ. ୨୨୬/୨୬ରେ ଏକ ମାମଲା ରୁଜୁ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri