ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବ୍ରହ୍ମପୁର,୨୦।୬: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏକ ଘରୋଇ ଇଞ୍ଜନିୟରିଂ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଗୋଳନ୍ଥରା ଥାନା ପୋଲିସ ଉଦ୍ଧାର କରିଛି।

ମିଳିଥିବା ସୂଚନା ମୁତାବକ, ପଙ୍ଖାରେ ଛାତ୍ରୀ ଜଣକ ଝୁଲୁଥିବା ସାଙ୍ଗମାନେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ହଷ୍ଟେଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଙ୍କୁ ଉଦ୍ଧାର କରି MKCG ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଛାତ୍ରୀଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷେ ଛାତ୍ରଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ଏହି ଘଟଣା ଘଟିଥିବା ଛାତ୍ରୀଙ୍କ ମାମୁଁ ଅଭିଯୋଗ କରିଛନ୍ତି।

Share