ପ୍ରବଳ ଗରମରେ ଛାତ୍ର, ୨ ଶିକ୍ଷକ ଅସୁସ୍ଥ

ଖୋର୍ଦ୍ଧା,୨୨ା୬(ପ୍ରଭାତ ପାଣିଗ୍ରାହୀ)ରାଜ୍ୟରେ ଗ୍ରୀଷ୍ମ ପ୍ରଭାବ ଜାରି ରହିଥିବାବେଳେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ଏହାକୁ ଦୃଷ୍ଟିରେ ରଖି ସରକାର ସ୍କୁଲଗୁଡ଼ିକ ପାଇଁ ଖରା ଛୁଟି ଘୋଷଣା କରିଥିଲେ। ତେବେ ତାତିର ପ୍ରଭାବ କମି ନ ଥିବା ସତ୍ତ୍ୱେ ବୁଧବାରଠାରୁ ସ୍କୁଲ ଖୋଲିଛି। ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ଗରମ ଓ ଗୁଳୁଗୁଳି ଯୋଗୁ ଖୋର୍ଦ୍ଧା ଜିଲାର ଦୁଇଟି ବିଦ୍ୟାଳୟରେ ୨ଜଣ ଶିକ୍ଷକ ଏବଂ ଜଣେ ଛାତ୍ର ଅଚେତ ହୋଇପଡ଼ିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ବୁଧବାର ସକାଳେ ଧାର୍ଯ୍ୟ ସମୟରେ କାଇପଦର ମାଳିିସାହି ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରମାନେ ଆସିଥିଲେ। ଶ୍ରେଣୀରେ ପାଠପଢା ଚାଲିଥିଲା। ଏହି ସମୟରେ ହଠାତ୍‌ ୬ଷ୍ଠ ଶ୍ରେଣୀର ଛାତ୍ର ସାଇରାମ ମହାପାତ୍ର ଅଚେତ ହୋଇପଡ଼ିଥିଲେ। ତାଙ୍କୁ ପାଣି ଛାଟି ସାମାନ୍ୟ ସୁସ୍ଥ କରାଯାଇଥିଲା। ପ୍ରଧାନଶିକ୍ଷକ ତ୍ରିଲୋଚନ ବେହେରା ତୁରନ୍ତ ତାଙ୍କ ଅଭିଭାବକଙ୍କୁ ଏ ସଂକ୍ରାନ୍ତରେ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ସାଇରାମଙ୍କୁ ନେଇ ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ପରେ ସୁସ୍ଥ ହୋଇ ସାଇରାମ ଘରକୁ ଫେରିଥିବା ଜଣାପଡ଼ିଛି। ସେହିପରି କାଇପଦର ବିଦ୍ୟାଳୟର ସହକାରୀ ଶିକ୍ଷକ ସାହୁ ଶ୍ରେଣୀରେ ପାଠ ପଢାଉଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ଅନ୍ୟ ଶିକ୍ଷକମାନେ ତାଙ୍କୁ ସ୍ଥାନୀୟ ଏକ ଘରୋଇ କ୍ଲିନିକରେ ଚିକିତ୍ସା କରାଇଥିଲେ। ସେହିପରି ପ୍ରଧାନ ଶିକ୍ଷୟିତ୍ରୀ ଟୁନି ଦେଈ ଅଫିସ କାମ କରୁଥିବା ବେଳେ ଅସୁସ୍ଥ ଅନୁଭବ କରିବା ସହ ଅଚେତ ହୋଇପଡ଼ିଥିଲେ। ତାଙ୍କୁ ତୁରନ୍ତ ଖୋର୍ଦ୍ଧା ମେଡିକାଲକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଏଭଳି ଘଟଣା ନେଇ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଗ୍ରୀଷ୍ମପ୍ରଭାବ ଜାରି ରହିଥିବାବେଳେ ରାଜ୍ୟ ସରକାର ତରବରିଆ ଭାବେ ସ୍କୁଲ ଖୋଲିଦେଲେ। ଫଳରେ ଏଭଳି ଅଂଶୁଘାତଜନିତ ଅଘଟଣ ଘଟୁଛି ବୋଲି ଅଭିଭାବକମାନେ କହିଛନ୍ତି। ଆଗକୁ ମଧ୍ୟ ଅଂଶୁଘାତଜନିତ ଘଟଣା ବଢିବା ନେଇ ସେମାନେ ଆଶଙ୍କା ପ୍ରକାଶ କରିଛନ୍ତି। ସରକାର ଏଥିପ୍ରତି ଦୃଷ୍ଟି ଦେବା ଜରୁରୀ ହୋଇପଡିଛି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri