ଭିତରେ ଛାତ୍ରୀଛାତ୍ର, ବାହାରେ ଶିକ୍ଷୟିତ୍ରୀଶିକ୍ଷକ

ଭୋଗରାଇ, ୪।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନାଛିନ୍ଦା ଉନ୍ନୀତ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ବଦଳି ପ୍ରତିବାଦରେ ଶୁକ୍ରବାରଠାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଦ୍ୱାରା ଚାଲିଆସୁଥିବା ଆନ୍ଦୋଳନ ଜାରି ରହିଛି। ଶନିବାର ଛାତ୍ରୀଛାତ୍ର ସ୍କୁଲଗେଟ୍‌ର ମୁଖ୍ୟ ଫାଟକ ଖୋଲି ଶ୍ରେଣୀ ବାରଣ୍ଡାରେ ବସି ଆନ୍ଦୋଳନ ଚାଲୁ ରଖି ‘ଆମ ଶିକ୍ଷକଙ୍କୁ ଫେରାଇ ଦିଅ’ ସ୍ଲୋଗାନ ଦେଇ ପୂର୍ବାହ୍ନ ୧୧ଟା ସୁଦ୍ଧା ବସି ରହିଥିଲେ। ଶ୍ରେଣୀ ଗୃହରେ ତାଲା ପଡ଼ିଥିବାରୁ ଶିକ୍ଷୟିତ୍ରୀଶିକ୍ଷକମାନେ ବାହାରେ ରହି ନୀରବତା ଅବଲମ୍ବନ କରିଥିଲେ। ଶିକ୍ଷା ବିଭାଗ ପକ୍ଷରୁ କେହି ଅଧିକାରୀ ଶନିବାର ଘଟଣାସ୍ଥଳକୁ ଯାଇ ନ ଥିବାରୁ ସେଠାରେ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା।
ଉକ୍ତ ସ୍କୁଲରୁ ପ୍ରଧାନଶିକ୍ଷକଙ୍କ ବଦଳିକୁ ନେଇ ଛାତ୍ରୀଛାତ୍ର, ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ପକ୍ଷରୁ ପ୍ରତିବାଦ କରାଯାଇ ସମସ୍ୟାର ସମାଧାନ ପାଇଁ ଦାବି ହୋଇଛି। ତେବେ ଶନିବାର ଛାତ୍ରୀଛାତ୍ର ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇଥିବା ସୂଚନା ମିଳିଛି। ସୋମବାର ଶିକ୍ଷକ ଦିବସ ଥିବାରୁ ଏହି ସ୍କୁଲରେ ସମସ୍ୟାର ଆଶୁ ସମାଧାନ ହେବ ବୋଲି ଗୋଷ୍ଠୀ ଶିକ୍ଷାଧିକାରୀ ମିହିର କୁମାର ପ୍ରଧାନ ଜଣାଇଛନ୍ତି। ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ଦ୍ୱାରା ଚାଲୁ ରହିଥିବା ଆନ୍ଦୋଳନ ପ୍ରତି ପୋଲିସ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?