‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳକ ଜୟନ୍ତ କୁମାର ନାୟକ, ସେବିକା ପ୍ରେମାଞ୍ଜଳିଙ୍କ ସମେତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଜେରମୀୟସ ପ୍ରଧାନ, ବିକାଶ ସାହୁ, ସୁଦୀପ୍ତ ନାୟକ, ରାଣୀ ପରିଚ୍ଛା, ରିତିନା ପ୍ରଧାନ, ସ୍ମିତା ସଭାସୁନ୍ଦର, ଦିପ୍ତିରାଣୀ ଦିଗାଲ, ସୁରେଖା ପ୍ରଧାନ, ଜୁଲି ପ୍ରଧାନ ଓ ବର୍ଷାରାଣୀ ଦିଗାଲ ପ୍ରମୁଖ ଉପସ୍ଥିତ ରହି ନିଶା ସେବନର କୁପ୍ରଭାବ ସମ୍ପର୍କରେ ଆଲୋଚନା କରିଥିଲେ।

ସଭା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସିମନବାଡ଼ି ଗ୍ରାମ ପରିକ୍ରମା କରିବା ସହ ନିଶାମୁକ୍ତ ସମାଜ ଗଠନ ପାଇଁ ଜନସାଧାରଣଙ୍କୁ ସଚେତନ କରାଇଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଆଶିଷ ପ୍ରଧାନ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, କନ୍ଧମାଳ ଜିଲା  ପ୍ରଶାସନର ତତ୍ତ୍ୱାବଧାନ ଏବଂ ଜିଲା  ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପରିଚାଳନାରେ ଏହି ଅଭିଯାନ ସଂଗଠିତ ହୋଇଥିଲା। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ ‘ଏକ ପେଡ୍ ମା’ କେ ନାମ୍’ (ଗୋଟିଏ ବୃକ୍ଷ ମା’ଙ୍କ ନାମରେ) କାର୍ଯ୍ୟକ୍ରମ ଅଧୀନରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ କର୍ତ୍ତୃପକ୍ଷ, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ରକ୍ତର ଛିଟା, ମାମୁଁଙ୍କୁ ତେଣ୍ଟା ଭୁସି ହତ୍ୟା

ଆଳି,୬।୧୧(ବନମାଳୀ ସେନାପତି): ତେଣ୍ଟା ଭୁସି ମାମୁଁଙ୍କୁ ହତ୍ୟା କଲେ ଭଣଜା ଓ ସମ୍ପର୍କୀୟ ପୁତୁରା । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି…

ଆନ୍ଧ୍ରକୁ ଭୋଟ ଦେଇଥିବା ଲୋକ ଓଡ଼ିଶାରେ ରୁହ ନାହିଁ: ଲୋକଙ୍କୁ ରୋକଠୋକ ଶୁଣାଇଦେଲେ ତାରା-ଭୃଗୁ

ପଟ୍ଟାଙ୍ଗି,୬ା୧୧(ଶରତ କୁମାର ଧଳ):ଆନ୍ଧ୍ରରେ ଭୋଟ ଦେଇ ଫେରିଥିବା କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତର ସୀମାନ୍ତ ଗଁାର କେତେଜଣ ଲୋକଙ୍କ ପ୍ରତି ଜୟପୁର ବିଧାୟକ ତାରାପ୍ରସାଦ…

ଆନ୍ଧ୍ରର ୨ ବୁଥ୍‌ରେ କୋଟିଆରୁ ୪୮% ଭୋଟ: ଆନ୍ଧ୍ର ସୁବିଧାର କାଉଣ୍ଟର କରିବାକୁ ପାରୁନି ଓଡ଼ିଶା

ପଟ୍ଟାଙ୍ଗି,୬ା୧୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତବାସୀଙ୍କ ଭୋଟ ନେବାରେ ସକ୍ଷମ ହୋଇଛି ଆନ୍ଧ୍ର। ଓଡ଼ିଶା ସୀମାନ୍ତ ଗାଁଗୁଡ଼ିକରୁ ଆନ୍ଧ୍ର ସରକାର ଭୋଟ ନେବା…

ବାତ୍ୟା କ୍ଷତିଗ୍ରସ୍ତ ଗାଁ ବୁଲିଲେ ବିଧାୟକ, ଚାଷୀଙ୍କ ଦୁର୍ଦ୍ଦଶା ବୁଝିଲେ

ପାରଳାଖେମୁଣ୍ଡି,୫।୧୧(ଗିରିଧାରୀ ପରିଛା): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ଲଗାଣ ବର୍ଷାରେ ଗଜପତି ଜିଲାର ଚାଷଜମି ଏବଂ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ବିଶେଷ କରି ଗୋଷାଣି ବ୍ଲକର…

ପ୍ରସ୍ତାବିତ ନୂତନ ମଦ ଭାଟି ନିର୍ମାଣକୁ ଗ୍ରାମବାସୀଙ୍କ ବିରୋଧ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅର୍ତଲ ପଞ୍ଚାୟତ କାନ୍ଦୁଲଝର ଗ୍ରାମରେ ଏକ ନୂତନ ମଦ ଭାଟି ଓ ଦୋକାନ ନିର୍ମାଣକୁ ନେଇ ଗ୍ରାମବାସୀଙ୍କ…

ଗଞ୍ଜାମରେ ବନ୍ୟା ବିପତ୍ତି: ଫର୍ମ ପୂରଣ ଫି’ ଛାଡ଼ ପାଇଁ ଛାତ୍ରଛାତ୍ରୀଙ୍କ ଦାବି, ଆନ୍ଦୋଳନ ଚେତାବନୀ

ଭଞ୍ଜନଗର,୫ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଗତ ୨୮ ତାରିଖ ରାତିରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାରେ ଛାତ୍ରଛାତ୍ରୀ, ଚାଷୀ, ବ୍ୟବସାୟୀଙ୍କ ସମେତ ସମାଜର ବିଭିନ୍ନ ବର୍ଗର ଲୋକେ ଗୁରୁତର…

ଶାନ୍ତିପୁରକୁ ସ୍ବତନ୍ତ୍ର ୱାର୍ଡ ମାନ୍ୟତା ଦାବି ତେଜିଲା, ଜିଲାପାଳଙ୍କୁ ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ଦାବିପତ୍ର ପ୍ରଦାନ

ଭବାନୀପାଟଣା,୫ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର ଶାନ୍ତିପୁର ରାଜସ୍ବ ଗ୍ରାମ ହୋଇଥିବାବେଳେ ଏ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ୱାର୍ଡ ମାନ୍ୟତା ପାଇପାରିନାହିଁ।…

ମୁଣ୍ଡ କାଟି ଚାଷ ଜମିରେ ଫିଙ୍ଗିଦେଲେ ଦୁର୍ବୃତ୍ତ: କୋକସରାରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାରକୁ ନେଇ ଚାଞ୍ଚଲ୍ୟ

କୋକସରା,୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଲଡ଼ୁଗାଁ-ସୁପାଡ଼ ରାସ୍ତା ପାର୍ଶ୍ୱରେ ଥିବା ଏକ ଚାଷ ଜମିରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ବୀଭତ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?