ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ବିଦ୍ୟାଳୟର ଅଧ୍ୟକ୍ଷ ବିନୋଦ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳକ ଜୟନ୍ତ କୁମାର ନାୟକ, ସେବିକା ପ୍ରେମାଞ୍ଜଳିଙ୍କ ସମେତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଜେରମୀୟସ ପ୍ରଧାନ, ବିକାଶ ସାହୁ, ସୁଦୀପ୍ତ ନାୟକ, ରାଣୀ ପରିଚ୍ଛା, ରିତିନା ପ୍ରଧାନ, ସ୍ମିତା ସଭାସୁନ୍ଦର, ଦିପ୍ତିରାଣୀ ଦିଗାଲ, ସୁରେଖା ପ୍ରଧାନ, ଜୁଲି ପ୍ରଧାନ ଓ ବର୍ଷାରାଣୀ ଦିଗାଲ ପ୍ରମୁଖ ଉପସ୍ଥିତ ରହି ନିଶା ସେବନର କୁପ୍ରଭାବ ସମ୍ପର୍କରେ ଆଲୋଚନା କରିଥିଲେ।
ସଭା ପରେ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏକ ବିରାଟ ଶୋଭାଯାତ୍ରାରେ ବାହାରି ସିମନବାଡ଼ି ଗ୍ରାମ ପରିକ୍ରମା କରିବା ସହ ନିଶାମୁକ୍ତ ସମାଜ ଗଠନ ପାଇଁ ଜନସାଧାରଣଙ୍କୁ ସଚେତନ କରାଇଥିଲେ। ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଆଶିଷ ପ୍ରଧାନ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, କନ୍ଧମାଳ ଜିଲା ପ୍ରଶାସନର ତତ୍ତ୍ୱାବଧାନ ଏବଂ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପରିଚାଳନାରେ ଏହି ଅଭିଯାନ ସଂଗଠିତ ହୋଇଥିଲା। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ ‘ଏକ ପେଡ୍ ମା’ କେ ନାମ୍’ (ଗୋଟିଏ ବୃକ୍ଷ ମା’ଙ୍କ ନାମରେ) କାର୍ଯ୍ୟକ୍ରମ ଅଧୀନରେ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କରାଯାଇଥିଲା। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଦ୍ୟାଳୟ କର୍ତ୍ତୃପକ୍ଷ, ଅଭିଭାବକ ଓ ଛାତ୍ରଛାତ୍ରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।