ଭୟରେ ଆବାସିକ ସ୍କୁଲ ଛାଡୁଛନ୍ତି ଛାତ୍ରୀ

ଛତ୍ରପୁର,୨୧ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ରିକାପଲ୍ଲୀସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟର ଛାତ୍ରୀ ରୋଜା ବେହେରାଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରଠାରୁ ଅନ୍ୟ ଛାତ୍ରୀମାନଙ୍କ ସମେତ ସେମାନଙ୍କ ଅଭିଭାବକ ଭୟଭୀତ ହୋଇପଡିଛନ୍ତି। ଦୁଇ ଦିନ ମଧ୍ୟରେ ୧୫ ଜଣ ଅଭିଭାବକ ସେମାନଙ୍କ ଝିଅମାନଙ୍କୁ ଘରକୁ ନେଇଯାଇଛନ୍ତି। ସ୍କୁଲରେ ମୋଟ ୧୪୬ ଛାତ୍ରୀଙ୍କ ପାଇଁ ୧୧ ଜଣ କର୍ମଚାରୀ ଆବଶ୍ୟକ ଥିବାବେଳେ ଅଛନ୍ତି ମାତ୍ର ୫ଜଣ। ଦୀର୍ଘ ଦିନ ହେଲା ଉକ୍ତ ଆବାସିକ ସ୍କୁଲରେ ୱାର୍ଡନ କିମ୍ବା ରାତି ଜଗୁଆଳି ନ ଥିବା ସହ ନିୟମିତ ପ୍ରଧାନଶିକ୍ଷୟିତ୍ରୀ ମଧ୍ୟ ନାହାନ୍ତି। ଜଣେ ମହିଳା ପିଅନ ୱାର୍ଡନ ଓ ରାତି ଜଗୁଆଳି କାର୍ଯ୍ୟ କରୁଛନ୍ତି। ଛାତ୍ରୀ ମୃତ୍ୟୁ ଘଟଣାର ୩ ଦିନ ପରେ ବି ସ୍କୁଲ ଦାୟିତ୍ୱରେ ଥିବା ସଂଯୋଜକ ଆସିନାହାନ୍ତି। ସେଠାରେ କିପରି ବାଳିକାମାନେ ରହିଛନ୍ତି, ସେମାନଙ୍କ ସୁବିଧା ଅସୁବିଧା ତଦନ୍ତ କରିବା ସହ ସମସ୍ତ ବିଷୟରେ ବୁଝିବା ପାଇଁ ଜଣେ ସଂଯୋଜକ ରହିଛନ୍ତି ା କିନ୍ତୁ ସେ ନିଜର ଦାୟିତ୍ୱକୁ ଠିକଭାବେ ସଂପାଦନ କରୁନଥିବା ଅବିଭାବକମାନେ ଓ ଛାତ୍ରୀମାନେ ଅଭିଯୋଗ କରିଛନ୍ତି ା ତାଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ବି ସମ୍ଭବ ଦେଲାନି। ସୂଚନାଯୋଗ୍ୟ, ଶନିବାର ରାତିରେ ଦଶମ ଶ୍ରେଣୀ ଛାତ୍ରୀ ରୋଜାଙ୍କର ବାନ୍ତି ହେବାରୁ ୱାର୍ଡେନ ଓଷଧ ଦେଇଥିଲେ। ଅବସ୍ଥା ଗୁରୁତର ହେବାରୁ ରବିବାର ନିକଟସ୍ଥ ମେଡିକାଲକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ରୋଜାଙ୍କ ମୃତ୍ୟୁ ପାଇଁ ସ୍କୁଲ କର୍ତ୍ତୃୃପକ୍ଷଙ୍କ ଅବହେଳାକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri