ଭୟରେ ଆବାସିକ ସ୍କୁଲ ଛାଡୁଛନ୍ତି ଛାତ୍ରୀ

ଛତ୍ରପୁର,୨୧ା୧୨(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ରିକାପଲ୍ଲୀସ୍ଥିତ କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟର ଛାତ୍ରୀ ରୋଜା ବେହେରାଙ୍କ ରବିବାର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରଠାରୁ ଅନ୍ୟ ଛାତ୍ରୀମାନଙ୍କ ସମେତ ସେମାନଙ୍କ ଅଭିଭାବକ ଭୟଭୀତ ହୋଇପଡିଛନ୍ତି। ଦୁଇ ଦିନ ମଧ୍ୟରେ ୧୫ ଜଣ ଅଭିଭାବକ ସେମାନଙ୍କ ଝିଅମାନଙ୍କୁ ଘରକୁ ନେଇଯାଇଛନ୍ତି। ସ୍କୁଲରେ ମୋଟ ୧୪୬ ଛାତ୍ରୀଙ୍କ ପାଇଁ ୧୧ ଜଣ କର୍ମଚାରୀ ଆବଶ୍ୟକ ଥିବାବେଳେ ଅଛନ୍ତି ମାତ୍ର ୫ଜଣ। ଦୀର୍ଘ ଦିନ ହେଲା ଉକ୍ତ ଆବାସିକ ସ୍କୁଲରେ ୱାର୍ଡନ କିମ୍ବା ରାତି ଜଗୁଆଳି ନ ଥିବା ସହ ନିୟମିତ ପ୍ରଧାନଶିକ୍ଷୟିତ୍ରୀ ମଧ୍ୟ ନାହାନ୍ତି। ଜଣେ ମହିଳା ପିଅନ ୱାର୍ଡନ ଓ ରାତି ଜଗୁଆଳି କାର୍ଯ୍ୟ କରୁଛନ୍ତି। ଛାତ୍ରୀ ମୃତ୍ୟୁ ଘଟଣାର ୩ ଦିନ ପରେ ବି ସ୍କୁଲ ଦାୟିତ୍ୱରେ ଥିବା ସଂଯୋଜକ ଆସିନାହାନ୍ତି। ସେଠାରେ କିପରି ବାଳିକାମାନେ ରହିଛନ୍ତି, ସେମାନଙ୍କ ସୁବିଧା ଅସୁବିଧା ତଦନ୍ତ କରିବା ସହ ସମସ୍ତ ବିଷୟରେ ବୁଝିବା ପାଇଁ ଜଣେ ସଂଯୋଜକ ରହିଛନ୍ତି ା କିନ୍ତୁ ସେ ନିଜର ଦାୟିତ୍ୱକୁ ଠିକଭାବେ ସଂପାଦନ କରୁନଥିବା ଅବିଭାବକମାନେ ଓ ଛାତ୍ରୀମାନେ ଅଭିଯୋଗ କରିଛନ୍ତି ା ତାଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ବି ସମ୍ଭବ ଦେଲାନି। ସୂଚନାଯୋଗ୍ୟ, ଶନିବାର ରାତିରେ ଦଶମ ଶ୍ରେଣୀ ଛାତ୍ରୀ ରୋଜାଙ୍କର ବାନ୍ତି ହେବାରୁ ୱାର୍ଡେନ ଓଷଧ ଦେଇଥିଲେ। ଅବସ୍ଥା ଗୁରୁତର ହେବାରୁ ରବିବାର ନିକଟସ୍ଥ ମେଡିକାଲକୁ ଅଣାଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ପରିବାର ଲୋକେ ରୋଜାଙ୍କ ମୃତ୍ୟୁ ପାଇଁ ସ୍କୁଲ କର୍ତ୍ତୃୃପକ୍ଷଙ୍କ ଅବହେଳାକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri