ଟ୍ୟୁଶନରୁ ଫେରିବା ସମୟରେ ହେଲା ବଜ୍ରପାତ, ଚାଲିଗଲା ଛାତ୍ରୀଙ୍କ ଜୀବନ

ରାୟଗଡ଼ା,୧୦ା୫(ସ୍ବ.ପ୍ର.): ରାୟଗଡ଼ା ବ୍ଲକ ଅନ୍ତର୍ଗତ ମାଲିଗାଁ ପଞ୍ଚାୟତର କଦଳୀଗୁଡ଼ା ଗ୍ରାମର ଜଣେ ନାବାଳିକାଙ୍କର ବଜ୍ରପାତରେ ଜୀବନ ଯାଇଛି। ନାବାଳିକା ଜଣକ ହେଲେ ଅଦାବଂଶ ସଞ୍ଜୁ(୧୬)।

ସୂଚନାନୁଯାୟୀ, ସଞ୍ଜୁ ନିଜର ଦୁଇ ସାଙ୍ଗଙ୍କ ସହିତ ଜେକେପୁରରୁ ଟ୍ୟୁଶନ ସାରି ଘରକୁ ଫେରୁଥିବା ସମୟରେ କଦଳୀଗୁଡ଼ା ଗାଁ ନିକଟରେ ଥିବା ଏକ ଆମ୍ବଗଛ ମୂଳରେ ଥିବା ଜଳଛତ୍ରଠାରେ ଅଟକି ପାଣି ପିଇବାକୁ ଯାଇଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ସଞ୍ଜୁ ଓ ତାଙ୍କ ଦୁଇ ସାଥୀ ସୁଦର୍ଶନ ନାଗବଂଶ(୨୨) ଓ ମମିତା ଚେଦୀବଂଶ(୧୩) ତିନି ଜଣ ଆହତ ହୋଇଥିଲେ। ତେବେ ଅନ୍ୟ ଦୁଇଜଣ ସୁଦର୍ଶନ ଓ ମମିତା ଆହତ ହୋଇଥିବା ବେଳେ ସଞ୍ଜୁଙ୍କର ମୃତ୍ୟୁ ଘଟିଛି। ସଞ୍ଜୁ କୋମତାଲପେଟାସ୍ଥିତ ଉଗ୍ରତାରା କନିଷ୍ଠ ମହାବିଦ୍ୟାଳୟରେ ଯୁକ୍ତ ୨ରେ ଅଧ୍ୟୟନ କରୁଥିଲେ। ତେବେ ଆମ୍ବୁଲାନ୍ସକୁ ଖବର ଦେବା ପରେ ମଧ୍ୟ ଦୀର୍ଘ ସମୟ ଧରି ଆମ୍ବୁଲାନ୍ସ ନ ପହଞ୍ଚିବାରୁ ପରିବାର ଲୋକେ ଝିଅକୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାରବର୍ଗକୁ ହସ୍ତାନ୍ତର କରାଯାଇଛି । ବଜ୍ରପାତରେ ଝିଅର ମୃତ୍ୟୁ ନେଇ ପରିବାର ଲୋକେ ମାଲିଗାଁ ରାଜସ୍ବ ନିରୀକ୍ଷକଙ୍କୁ ସୂଚନା ଦେଇଛନ୍ତି। ଆହତ ଦୁଇଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri