ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା । ବର୍ତ୍ତମାନ ପ୍ରାୟ ୧୦୦ ଜଣ ଛାତ୍ରୀଛାତ୍ର ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି । ବିଦ୍ୟାଳୟ ଛାତ ଘର ଉପର ଦେଇ ୧୧ କେଭି ବିଦ୍ୟୁତ ତାର ଯାଇଛି ଏବଂ ଗଛ ଥିବାରୁ ଛାତ୍ରୀଛାତ୍ରଙ୍କ ଏବଂ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କ ଜୀବନ ବିପଦପୂର୍ଣ୍ଣ ଅବସ୍ଥାରେ ରହୁଛି । ବିଦ୍ୟାଳୟ ତରଫରୁ ବିଦ୍ୟୁତ ବିଭାଗକୁ ଏ ବାବଦରେ ଲିଖିତ ଜଣାଇଥିଲେ ସୁଦ୍ଧା କିଛି ଫଳପ୍ରଦ ହେଉ ନ ଥିବା ସୂଚନା ମିଳିଛି। ଏ ବାବଦରେ ବୁଢ଼ାପାଳ ସ୍ଥିତ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ସିଦ୍ଧାର୍ଥ ସାହୁଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ପାଖକୁ ଏ ପ୍ରକାର କୌଣସି ଅଭିଯୋଗ ବର୍ତ୍ତମାନ ସୁଦ୍ଧା ଆସିନାହିଁ ଏବଂ ଯଦି ଆସେ ତା ହେଲେ ନିୟମାନୁଯାୟୀ ଆମେ ତୁରନ୍ତ ପଦକ୍ଷେପ ନେବୁ ବୋଲି କହିଛନ୍ତି । ଲୋହରାକୋଟ ବିଦ୍ୟାଳୟ ଅନୁରୂପ ମଳେହିପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କାଦୋପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ତାରଙ୍ଗ ପଞ୍ଚାୟତ ଦଶଘରିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚେରୀ ନିକଟ ଦେଇ ମଧ୍ୟ ୧୧ କେଭି ବିଦ୍ୟୁତ ତାର ଯାଇଛି । ଏ ବାବଦରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶର ବେହେରାଙ୍କୁ ଯୋଗାଯୋଗ କରିବାରୁ ସେ ଏ ସମସ୍ତ ତଥ୍ୟ ଜିଲା ଶିକ୍ଷା ଅଧିକାରୀଙ୍କୁ ଲିଖିତ ଜଣାଇଦିଆଯାଇଛି ଓ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି କହିଛନ୍ତି । କିଛି ଅଘଟଣ ଘଟିବା ପୂର୍ବରୁ ତଥା ଛାତ୍ରୀଛାତ୍ରଙ୍କ ଗ୍ରୀଷ୍ମ ଅବକାଶ ମଧ୍ୟରେ ସ୍ଥାନୀୟ ପ୍ରଶାସନ ତୁରନ୍ତ ଏ ବାବଦରେ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri