ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ ଗ୍ରାମରେ ଗତ ୧୯୫୮ ମସିହାରୁ ସ୍ଥାପିତ ହୋଇଥିବା ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକା ସମେତ ୫ ଟି ଶ୍ରେଣୀରେ ଆଖପାଖ ପ୍ରତାପୁର, ଭୀମପୁର ପଲ୍ଲୀ ଗ୍ରାମ ସମେତ ଶ୍ୟାମ ସୁନ୍ଦରପଲ୍ଲୀ ଗ୍ରାମର ଉପର ସାହି, ମଝି ସାହି ଓ ତଳସାହି ର ୬୨ ଛାତ୍ରୀ ଛାତ୍ର ପାଠ ପଢୁଥିବା ବେଳେ କେବଳ ଗୋଟିଏ ଶ୍ରେଣୀଗୃହ ରହିଛି । ଉକ୍ତ ଶ୍ରେଣୀଗୃହରେ ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ସମେତ ମଧ୍ୟାହ୍ନ ଭୋଜନ ଚାଉଳ ରହୁଛି ।ଗୋଟିଏ ଶ୍ରେଣୀଗୃହରେ ୬ ଟି ଶ୍ରେଣୀର ପିଲାଙ୍କୁ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସମର ମଲ୍ଲିକ  ଏବଂ ଅନ୍ୟଜଣେ ସହକାରୀ ଶିକ୍ଷକ ସୁରେଶ ମଲ୍ଲିକ ପାଠ ପଢାଉଛନ୍ତି ।

ଦୀର୍ଘବର୍ଷ ହେଲା ଅଭିଭାବକ ବୃନ୍ଦ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ପାଇଁ ଦାବି କରି ଆସୁଥିଲେ ମଧ୍ୟ ଶିକ୍ଷା ବିଭାଗ କିମ୍ବା ବ୍ଲକ ପ୍ରଶାସନ ସେଥିପ୍ରତି ଆଦୌ କର୍ଣ୍ଣପାତ କରୁନଥିବା ଅଭିଭାବକ ଅଭିଯୋଗ କରିଛନ୍ତି । ପ୍ରତିବାଦରେ ସ୍କୁଲ ପରିଚାଳନା କମିଟି ସଭାପତି ରଜନୀକାନ୍ତ ମଲ୍ଲିକଙ୍କ ନେତୃତ୍ୱରେ ଗୁରୁବାର ସକାଳୁ ଛାତ୍ରୀଛାତ୍ର ଓ ବହୁ ସଂଖ୍ୟକ ଗ୍ରାମବାସୀ, ଅଭିଭାବକ ସ୍କୁଲ ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଛାତ୍ରୀଛାତ୍ରମାନେ ଆମକୁ ପୋଷାକ, ଅଣ୍ଡା, ମଧ୍ୟାହ୍ନଭୋଜନ ନଦିଆଯାଉ ପଛେ ଆବଶ୍ୟକ ଶ୍ରେଣୀଗୃହ ଯୋଗାଇ ଦିଆଯାଉ ବୋଲି ସ୍ଳୋଗାନ ଦେଇ ସ୍କୁଲ ସମ୍ମୁଖରେ ଖରାରେ  ବସି ରହି ଦୀର୍ଘ ସମୟ ଆନ୍ଦୋଳନ ଚଳାଇଥିଲେ।  ଖବରପାଇ ଦିଗପହଣ୍ଡି ବ୍ଲକ ଅତିରିକ୍ତ ବିଡ଼ିଓ ଉମେଶ କୁମାର ସେଠୀ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ.ଅଶୋକ କୁମାର ଶତପଥି, ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ ମହାପାତ୍ର, ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ ପ୍ରମୁଖ ସ୍କୁଲରେ ପହଞ୍ଚି ଆନ୍ଦୋଳନକାରୀ ଅଭିଭାବକ ମାନଙ୍କ ସହ ଆଲୋଚନା କରି ଆନ୍ଦୋଳନ ପ୍ରତ୍ୟାହୃତ କରିବା ପାଇଁ ଅନୁରୋଧ କରିଥିଲେ । ହେଲେ ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣ ପାଇଁ ଲିଖିତ ଭାବେ ନ ଜଣାଇବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବେ ନାହିଁ ବୋଲି ଜିଦରେ ଅଟଳ ରହିଥିଲେ।

ପରେ ଅଧିକାରୀ ବୃନ୍ଦ ଆସନ୍ତା ୭ ଦିନ ମଧ୍ୟରେ ନୂତନ ଶ୍ରେଣୀଗୃହ ନିର୍ମାଣ ପାଇଁ ଟେଣ୍ଡର କରାଯିବ। ଟେଣ୍ଡର ସରିବା ପରେ ୨/୩ ମାସ ଅବଧି ମଧ୍ୟରେ ଶ୍ରେଣୀଗୃହ ନିର୍ମାଣ ସରିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବାପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଥିବା ଜଣାପଡିଛି। ଏନେଇ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସମର ମଲ୍ଲିକଙ୍କୁ ପଚାରିବାରୁ ସ୍କୁଲରେ ଅତିରିକ୍ତ ଶ୍ରେଣୀଗୃହ ନଥିବାରୁ ଶିକ୍ଷାଦାନ ସମେତ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପରିଚାଳନାରେ ଘୋର ଅସୁବିଧାର ସାମ୍ନା କରିବାକୁ ପଡୁଛି। ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ଟଏଲେଟକୁ ସମସ୍ତେ ବ୍ୟବହାର କରୁଛନ୍ତି । ଛାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ଟଏଲେଟ୍ ନାହିଁ। ମଧ୍ୟାହ୍ନ ଭୋଜନ ରୋଷେଇ ଗୃହ ଭଗ୍ନ ଅବସ୍ଥାରେ ପଡ଼ିରହିଛି। ସ୍କୁଲ ପାଚେରୀ ଭାଙ୍ଗି ଯାଇଛି। ଡ୍ରେନେଜ୍ ବ୍ୟବସ୍ଥା ନଥିବାରୁ  ବର୍ଷା ହେଲେ ଶ୍ରେଣୀଗୃହରେ ପାଣି ପଶିଯାଉଥିବା ସେ କହିଛନ୍ତି ।  ଅତିରିକ୍ତ ବିଡ଼ିଓଙ୍କୁ ଯୋଗାଯୋଗ କରିବାରୁ ଅତିରିକ୍ତ ଶ୍ରେଣୀଗୃହ ପାଇଁ ୧୮ ଲକ୍ଷ ୩୩ ହଜାର ଟଙ୍କା ମଞ୍ଜୁର ହୋଇଛି । ଖୁବଶୀଘ୍ର ଟେଣ୍ଡର କରାଯାଇ ନିର୍ମାଣ କାମ ଆରମ୍ଭ କରାଯିବ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଇରାନର ଚେତାବନୀ ମଧ୍ୟରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା, ଆକ୍ସନରେ ଇସ୍ରାଏଲ

ତେହରାନ,୯।୪: ଇରାନ ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ପାଇଁ ପ୍ରୟାସ ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ ହିଜବୋଲା ବିରୁଦ୍ଧରେ ସାମରିକ…

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ନୂଆଦିଲ୍ଲୀ,୯।୪: ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri