ଛାତ୍ରୀଛାତ୍ର ତିଆରି କଲେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ପ୍ରିୟ ଡାକୋଟା ବିମାନ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ଆଇଟିଆଇର ଛାତ୍ରୀଛାତ୍ରଙ୍କ ଦ୍ୱାରା ଅଦରକାରୀ ପଦାର୍ଥରୁ ତିଆରି ହୋଇଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଏବଂ ପ୍ରିୟ ଡାକୋଟା ବିମାନକୁ ଉଦ୍‌ଘାଟନ କରିଛନ୍ତି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା।
ଓଡ଼ିଶାର ବରପୁତ୍ର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀରେ ଛତ୍ରପୁର ସରକାରୀ ଆଇଟିଆଇ ପରିସରରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଏହି ବିରାଟ ପ୍ରତିମୂର୍ତ୍ତି ଓ ତାଙ୍କ ପ୍ରିୟ ଡାକୋଟାକୁ ଛାତ୍ରୀଛାତ୍ରମାନେ ନିର୍ମାଣ କରିଛନ୍ତି। ଆଇଟିଆଇରେ ଥିବା ବିଭିନ୍ନ ଅଦରକାରୀ ଲୁହାରେ ଛାତ୍ରୀଛାତ୍ରମାନେ ଏହାକୁ ନିର୍ମାଣ କରିଛନ୍ତି। ଆଇଟିଆଇର ଇଲେକ୍ଟ୍ରିସଆନ, ଫିଟର ଏବଂ ମେକାନିକାଲ ଟ୍ରେଡ ସମେତ ଅନ୍ୟ ବିଭାଗର ଛାତ୍ରୀଛାତ୍ରମାନେ ଏହାକୁ ନିର୍ମାଣ କରିଛନ୍ତି।

ଛତ୍ରପୁର ସରକାରୀ ଆଇଟିଆଇର ଅଧ୍ୟକ୍ଷ ଇଂ. ପ୍ରିୟବ୍ରତ ପଣ୍ଡାଙ୍କ ସହ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ନିର୍ମାଣ କାର୍ଯ୍ୟ ସଫଳ ହୋଇଥିବା ଛାତ୍ରୀଛାତ୍ରମାନେ କହିଛନ୍ତି l ବିଜୁବାବୁଙ୍କ ପ୍ରତିମୂର୍ତ୍ତି ୮ ଫୁଟ ରହିଥିବା ବେଳେ ଡାକୋଟାର ଉଚ୍ଚତା ୭ ଫୁଟ, ଲମ୍ବା ୨୦ ଫୁଟ ଏବଂ ଓସାର ୨୬ ଫୁଟ ରହିଛି। ଏହି କାର୍ଯ୍ୟ ଗତ ୧୮ତାରିଖରୁ ଆରମ୍ଭ ହୋଇଥିଲା ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଗୋପବନ୍ଧୁ ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ଅଧିକାରୀ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri