ଛାତ୍ରୀଛାତ୍ର ତିଆରି କଲେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ପ୍ରିୟ ଡାକୋଟା ବିମାନ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସରକାରୀ ଆଇଟିଆଇର ଛାତ୍ରୀଛାତ୍ରଙ୍କ ଦ୍ୱାରା ଅଦରକାରୀ ପଦାର୍ଥରୁ ତିଆରି ହୋଇଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଏବଂ ପ୍ରିୟ ଡାକୋଟା ବିମାନକୁ ଉଦ୍‌ଘାଟନ କରିଛନ୍ତି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା।
ଓଡ଼ିଶାର ବରପୁତ୍ର ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀରେ ଛତ୍ରପୁର ସରକାରୀ ଆଇଟିଆଇ ପରିସରରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଏହି ବିରାଟ ପ୍ରତିମୂର୍ତ୍ତି ଓ ତାଙ୍କ ପ୍ରିୟ ଡାକୋଟାକୁ ଛାତ୍ରୀଛାତ୍ରମାନେ ନିର୍ମାଣ କରିଛନ୍ତି। ଆଇଟିଆଇରେ ଥିବା ବିଭିନ୍ନ ଅଦରକାରୀ ଲୁହାରେ ଛାତ୍ରୀଛାତ୍ରମାନେ ଏହାକୁ ନିର୍ମାଣ କରିଛନ୍ତି। ଆଇଟିଆଇର ଇଲେକ୍ଟ୍ରିସଆନ, ଫିଟର ଏବଂ ମେକାନିକାଲ ଟ୍ରେଡ ସମେତ ଅନ୍ୟ ବିଭାଗର ଛାତ୍ରୀଛାତ୍ରମାନେ ଏହାକୁ ନିର୍ମାଣ କରିଛନ୍ତି।

ଛତ୍ରପୁର ସରକାରୀ ଆଇଟିଆଇର ଅଧ୍ୟକ୍ଷ ଇଂ. ପ୍ରିୟବ୍ରତ ପଣ୍ଡାଙ୍କ ସହ ଶିକ୍ଷକମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ନିର୍ମାଣ କାର୍ଯ୍ୟ ସଫଳ ହୋଇଥିବା ଛାତ୍ରୀଛାତ୍ରମାନେ କହିଛନ୍ତି l ବିଜୁବାବୁଙ୍କ ପ୍ରତିମୂର୍ତ୍ତି ୮ ଫୁଟ ରହିଥିବା ବେଳେ ଡାକୋଟାର ଉଚ୍ଚତା ୭ ଫୁଟ, ଲମ୍ବା ୨୦ ଫୁଟ ଏବଂ ଓସାର ୨୬ ଫୁଟ ରହିଛି। ଏହି କାର୍ଯ୍ୟ ଗତ ୧୮ତାରିଖରୁ ଆରମ୍ଭ ହୋଇଥିଲା ବୋଲି ଛାତ୍ରଛାତ୍ରୀମାନେ କହିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଗୋପବନ୍ଧୁ ବେହେରାଙ୍କ ସମେତ ବହୁ ମାନ୍ୟଗଣ୍ୟ ଅଧିକାରୀ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri