ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି ପୂରଣ ନେଇ ସୋମବାର ହୋମ ଯଜ୍ଞ କରାଯାଇଥିଲା । ବହୁ ଛାତ୍ରୀଛାତ୍ର ଅହୋରାତ୍ର ଆନ୍ଦୋଳନ କରୁଥିବାବେଳେ ସୋମବାର କଲେଜ ସମ୍ମୁଖରେ ହୋମ ଯଜ୍ଞ କରିଥିଲେ । ଧନନ୍ତରୀ ଭଗବାନଙ୍କ ଠାରେ ହୋମଯଜ୍ଞ କରି କହିଛନ୍ତି ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ । ଦୀର୍ଘ ଦିନ ହେଲା ଛାତ୍ରୀଛାତ୍ରମାନେ ଆନ୍ଦୋଳନରେ ଥିଲେ ମଧ୍ୟ ବଲାଙ୍ଗୀର ଜିଲାରୁ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତିନିଧି କରୁଥିବା ସତ୍ତ୍ୱେ ଆୟୁଷ ଛାତ୍ରୀଛାତ୍ରଙ୍କୁ ଭେଟିବାକୁ ମଧ୍ୟ ଚେଷ୍ଟା କରୁନାହାନ୍ତି କି ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଠାରେ କୌଣସି ଆଲୋଚନା କରୁନାହାନ୍ତି । ଆୟୁଷ ଛାତ୍ରୀଛାତ୍ର ୮ ଦଫା ଦାବିରେ ଓପିଏସ୍‌ସି ମାଧ୍ୟମରେ ନୂଆ ସ୍ଥାୟୀ ଆୟୁଷ ମେଡିକାଲ ଅଫିସର ପଦବୀ ସୃଷ୍ଟି କରିବା, ଉଚ୍ଚ ଶିକ୍ଷା ସୁବିଧା ପାଇଁ ପିଜି ଓ ପିଏଚଡି ସିଟ ବଢ଼ାଇବା, ଆୟୁଷ ହାଉସ ସର୍ଜନମାନଙ୍କ ପାଇଁ ଡାଇନାମିକ ଷ୍ଟାଇପେଣ୍ଡ ବୃଦ୍ଧି, ଆୟୁଷ କଲେଜ ଗଭରଣିଂବଡ଼ିର ପୁନର୍ଗଠନ କରିବା , କଲେଜ ଏବଂ ଆୟୁଷ ମନ୍ତ୍ରଣାଳୟର ଗେଜେଟର ପୂର୍ଣ୍ଣ ପ୍ରୟୋଗ କରି ଉଭୟ ଶିକ୍ଷା ଓ ଭିତ୍ତିଭୂମିର ବିକାଶ କରିବାକୁ ଦାବି କରିଛନ୍ତି । ସମସ୍ତ ଯୋଜନା ଯଥା ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ଯଥା ନିରାମୟ, ଗୋପବନ୍ଧୁ ଜନଆରୋଗ୍ୟ ଆଦିରେ ଆୟୁଷକୁ ସମ୍ମିଳିତ କରିବା ଓ ଆୟୁଷ ଚିକିତ୍ସାଳୟ ନିମନ୍ତେ ସଚେତନତା ଓ ପ୍ରଚାର କରିବାକୁ ଦାବି କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri