‘ ବିଦ୍ୟାର୍ଥୀ ସମୟର ସଦୁପଯୋଗ କରନ୍ତୁ’

ମୋରଡ଼ା,୧୫।୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମୀନାକ୍ଷୀ ନନ୍ଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଦ୍ୟାର୍ଥୀ ସମୟ ହେଉଛି ଜୀବନକୁ ସରସ, ସୁନ୍ଦର ଗଢ଼ିତୋଳିବାର ପ୍ରକୃତ ସମୟ। ଏହି ସମୟର ସଦୁପଯୋଗ ଯିଏ ଠିକ୍‌ ଢଙ୍ଗରେ କରିଥାଏ ତାହାର ଭବିଷ୍ୟତ ଉଜ୍ଜ୍ୱଳ ହୋଇଥାଏ । ତେଣୁ ଛାତ୍ରୀଛାତ୍ରମାନେ ଏହି ବିଦ୍ୟାର୍ଥୀ ସମୟର ସଦୁପଯୋଗ କରିବା ଜରୁରୀ ବୋଲି ମନ୍ତ୍ରୀ ମହାପାତ୍ର ପ୍ରକାଶ କରିଥିଲେ। ମୁଖ୍ୟ ବକ୍ତା ଭାବେ ପୂର୍ବତନ ବିଧାୟକ କାନ୍ଦ୍ରା ସୋରେନ, ସମ୍ମାନିତ ଅତିଥି ଭାବେ ଭାଜପା ଜିଲା ଉପସଭାପତି ପ୍ରଦୀପ କୁମାର ମହାନ୍ତି, ବିଇଓ ବିଜୟ କୁମାର ପାଣିଗ୍ରାହୀ, ବ୍ୟାଙ୍କ ଅଫ ଇଣ୍ଡିଆ ଚିତ୍ରଡା ଶାଖା ପରିଚାଳକ ତରୁଣ କୁମାର ଦେହୁରୀ, ରାମଚନ୍ଦ୍ର ସୋରେନ,ପ୍ରକାଶ ଚନ୍ଦ୍ର ମହାନ୍ତ, ପ୍ରଭାତ ବେହେରା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶେଷ ମହାନ୍ତ ପ୍ରମୁଖ ଯୋଗଦେଇ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏହାପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ମଞ୍ଚ ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ବରିଷ୍ଠ ଶିକ୍ଷକ ଅରୁଣ କୁମାର ବେହେରା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

ବିଳମ୍ବିତ ରାତିରେ  ଘରେ ପଶିଗଲା ଆମ୍ବୁଲାନ୍ସ 

ନୟାଗଡ଼,୮।୩(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ଭାରସାମ୍ୟ ହରାଇ ଏକ ଘରେ ପଶିଗଲା  ଆମ୍ବୁଲାନ୍ସ । ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଦଶପଲ୍ଲା ବୁଗୁଡ଼ା ଛକରେ। ଦୁର୍ଘଟଣାରେ…

ଧାମରା ରେଳପଥରେ ଅଘଟଣ: ଟ୍ରେନରେ କଟିଗଲେ ଯୁବକ

ତିହିଡି଼,୮।୩(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥରେ ତିହିଡି଼ ଥାନା ଦୋଳସାହି ପଞ୍ଚାୟତ ଅଧୀନ ଗାଜିପୁର ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ରେଳପଥରେ ଟ୍ରେନରେ କଟି…

ଦାରିଙ୍ଗବାଡିରେ ଓଡ଼ିିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ: ବଦଳିବ ଦାରିଙ୍ଗବାଡି ପର୍ଯ୍ୟଟନର ମାନଚିତ୍ର 

ଦାରିଙ୍ଗବାଡି,୮।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ…

ଗ୍ରୋସେରି ଦୋକାନରେ ବିକ୍ରି କରୁଥିଲେ ମଦ: ମାଡ଼ିବସିଲା…

ଦେବଗଡ଼,୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ  କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ରାମଚନ୍ଦ୍ର ବେହେରା (୫୮) ତାଙ୍କ ଗ୍ରୋସେରି ଦୋକାନରେ ବେଆଇନ ଭାବେ ଦେଶୀ…

ନନ୍ଦପୁରରେ ମିଳିଲାନି ଡିଜେଲ, ପେଟ୍ରୋଲ: ଟାଙ୍କି ବନ୍ଦ

ନନ୍ଦପୁର,୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ୨୩ ପଞ୍ଚାୟତ, ସେମିଳିଗୁଡା ବ୍ଲକର ୪ ଓ ଲମତାପୁଟ ବ୍ଲକର ୪ ପଞ୍ଚାୟତବାସୀ ପାଇଁ ଥିବା…

ବିହାରି ଭାଟି ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଦାବି

ନନ୍ଦପୁର, ୮।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ସଦର ମହକୁମାରେ ଥିବା ବିହାରୀ ମଦ ଭାଟିକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri