‘ ବିଦ୍ୟାର୍ଥୀ ସମୟର ସଦୁପଯୋଗ କରନ୍ତୁ’

ମୋରଡ଼ା,୧୫।୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଜବାହର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ମୀନାକ୍ଷୀ ନନ୍ଦୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ବିଦ୍ୟାର୍ଥୀ ସମୟ ହେଉଛି ଜୀବନକୁ ସରସ, ସୁନ୍ଦର ଗଢ଼ିତୋଳିବାର ପ୍ରକୃତ ସମୟ। ଏହି ସମୟର ସଦୁପଯୋଗ ଯିଏ ଠିକ୍‌ ଢଙ୍ଗରେ କରିଥାଏ ତାହାର ଭବିଷ୍ୟତ ଉଜ୍ଜ୍ୱଳ ହୋଇଥାଏ । ତେଣୁ ଛାତ୍ରୀଛାତ୍ରମାନେ ଏହି ବିଦ୍ୟାର୍ଥୀ ସମୟର ସଦୁପଯୋଗ କରିବା ଜରୁରୀ ବୋଲି ମନ୍ତ୍ରୀ ମହାପାତ୍ର ପ୍ରକାଶ କରିଥିଲେ। ମୁଖ୍ୟ ବକ୍ତା ଭାବେ ପୂର୍ବତନ ବିଧାୟକ କାନ୍ଦ୍ରା ସୋରେନ, ସମ୍ମାନିତ ଅତିଥି ଭାବେ ଭାଜପା ଜିଲା ଉପସଭାପତି ପ୍ରଦୀପ କୁମାର ମହାନ୍ତି, ବିଇଓ ବିଜୟ କୁମାର ପାଣିଗ୍ରାହୀ, ବ୍ୟାଙ୍କ ଅଫ ଇଣ୍ଡିଆ ଚିତ୍ରଡା ଶାଖା ପରିଚାଳକ ତରୁଣ କୁମାର ଦେହୁରୀ, ରାମଚନ୍ଦ୍ର ସୋରେନ,ପ୍ରକାଶ ଚନ୍ଦ୍ର ମହାନ୍ତ, ପ୍ରଭାତ ବେହେରା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶେଷ ମହାନ୍ତ ପ୍ରମୁଖ ଯୋଗଦେଇ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏହାପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ମଞ୍ଚ ପରିଚାଳନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ବରିଷ୍ଠ ଶିକ୍ଷକ ଅରୁଣ କୁମାର ବେହେରା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri